• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

ରାଜଧାନୀ ଭୁବନେଶ୍ୱରରେ ଯୁବକଙ୍କୁ ନିର୍ମମ ହତ୍ୟା । ଭୁବନେଶ୍ୱରର ୟୁନିଟ-୧ ଅଞ୍ଚଳର ଏକ କ୍ୱାର୍ଟର୍ସ ନିକଟରେ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ଯୁବକଙ୍କ ମୃତଦେହ ପଡ଼ିରହିଛି । ଯୁବକଙ୍କ ମୁଣ୍ଡରେ ଏକାଧିକ କ୍ଷତଚିହ୍ନ ଥିବା ବେଳେ ତାଙ୍କୁ ମାରଣାସ୍ତ୍ରରେ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ଖବର ପାଇବା ପରେ ଘଟଣାସ୍ଥଳରେ କ୍ୟାପିଟାଲ ଥାନା ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି । ମୃତ ଯୁବକ ଜଣଙ୍କ ହେଲେ କାଳିଆ ନାୟକ ଓରଫ ସୁଶାନ୍ତ। 

ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁସାରେ, ଆଜି ଭୋର ସମୟରେ ୪ ଜଣ ଦୁର୍ବୃତ୍ତ କାଳିଆଙ୍କୁ ଗୋଡ଼ାଇ ଗୋଡ଼ାଇ ଏକ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଥିଲେ । ପରେ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ । ଭୁବନେଶ୍ୱର ୟୁନିଟ-୧ ଅଞ୍ଚଳର ଏକ କ୍ୱାର୍ଟର୍ସ ନିକଟରୁ କାଳିଆଙ୍କୁ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ଉଦ୍ଧାର କରାଯାଇଥିଲା ।

କାହିଁକି ଦୁର୍ବୃତ୍ତମାନେ କାଳିଆଙ୍କୁ ହତ୍ୟା କଲେ କାରଣ ଅସ୍ପଷ୍ଟ ରହିଛି । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ପୁଲିସ ଓ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ଘଟଣାର ତଦନ୍ତ କରୁଛନ୍ତି।