+2 Result
୮ ତାରିଖ ୪ଟାରେ ଯୁକ୍ତଦୁଇ କଳା ରେଜଲ୍ଟ । ୮ ତାରିଖ ଅପରାହ୍ନ ୪ଟା ସମୟରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ରେଜଲ୍ଟ । ଯୁକ୍ତ ଦୁଇ କଳା ସହ ଧନ୍ଦାମୂଳକ ପରୀକ୍ଷାଫଳ ମଧ୍ୟ ପ୍ରକାଶ ପାଇବ । www.odisharesults.nic.inରେ ଉପଲବ୍ଧ ହେବ ପରୀକ୍ଷା ଫଳ । ରେଜଲ୍ଟ ଘୋଷଣା ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି ।
ଗତ ଜୁନ୍ ୨ ତାରିଖରୁ ଖାତା ଦେଖା ଆରମ୍ଭ ହୋଇଥିଲା । ୬୪ଟି ମୂଲ୍ୟାୟନ କେନ୍ଦ୍ରରେ ଅଫଲାଇନ୍ ଯୋଗେ ଓ ୩୭ଟି ମୂଲ୍ୟାୟନ କେନ୍ଦ୍ରରେ ଅନଲାଇନ ଯୋଗେ ମୂଲ୍ୟାୟନ ହୋଇଛି । ୨ଟି ପର୍ଯ୍ୟାୟରେ ଖାତା ଦେଖା ହୋଇଛି । ପ୍ରଥମ ପର୍ଯ୍ୟାୟରେ ଜୁନ ୨ ରୁ ଜୁନ ୧୨ ଏବଂ ଦ୍ୱିତୀୟ ପର୍ଯ୍ୟାୟରେ ଜୁନ ୧୩ ରୁ ଜୁନ ୨୨ ଯାଏ ଖାତା ଦେଖା ହୋଇଥିଲା ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/_2_Result_1659770763.jpg)