• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

ଆଜିଠୁ ଦୁଇ ଦିନିଆ ଭାରତ ବନ୍ଦ । କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ ସଂଗଠନ ପକ୍ଷରୁ୧୨ ଦଫା ଦାବି ନେଇ ଆଜି ଓ ଆସନ୍ତାକାଲି ଦୁଇ ଦିନ ପାଇଁ ଭାରତ ବନ୍ଦ ଡାକରା ଦିଆଯାଇଛି । ଭାରତ ବନ୍ଦକୁ ଦୃଷ୍ଟିରେ ରଖି ବିଭିନ୍ନ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଦୁଇ ଦିନ ପାଇଁ ପରୀକ୍ଷାକୁ ଘୁଞ୍ଚାଇ ଦେଇଛନ୍ତି ।

ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ବିଶ୍ୱବିଦ୍ୟାଳୟ ଅଧୀନରେ ହେବାକୁ ଥିବା ସମସ୍ତ ପରୀକ୍ଷାକୁ ଘୁଞ୍ଚାଇଛନ୍ତି । ପରବର୍ତ୍ତୀ ସମୟରେ ନୂତନ ତାରିଖ ଘୋଷଣା କରାଯିବ ବୋଲି ସୂଚନା ଦିଆଯାଇଛି।

ଠିକ୍‌ ସେହିପରି ଆଜି କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟର ସମସ୍ତ ପରୀକ୍ଷା ମଧ୍ୟ ସ୍ଥଗିତ କରାଯାଇଛି । ଭାରତ ବନ୍ଦ ଡାକରା ଦୃଷ୍ଟିରୁ ପରୀକ୍ଷା ସ୍ଥଗିତ ପାଇଁ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଏହି ନୋଟିସ୍‌ ଜାରି କରାଯାଇଛି । ଆଜି ହେବାକୁ ଥିବା ପରୀକ୍ଷା ପରବର୍ତ୍ତୀ ପର୍ଯ୍ୟାୟରେ ସ୍ଥିର କରାଯିବ ବୋଲି ସୂଚନା ମିଳିଛି ।

ସେହିପରି ଆଜି ଏବଂ ଆସନ୍ତାକାଲି ରମାଦେବୀ ବିଶ୍ୱବିଦ୍ୟାଳୟ ଅଧୀନରେ ହେବାକୁ ଥିବା ସମସ୍ତ ପରୀକ୍ଷାକୁ ମଧ୍ୟ ଘୁଞ୍ଚାଇ ଦିଆଯାଇଛି । ଏନେଇ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି । ଏହାସହ ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ମଧ୍ୟ ପରୀକ୍ଷାକୁ ଘୁଞ୍ଚାଯାଇଥିବା ସୂଚନା ମିଳିଛି ।

ଅନ୍ୟପକ୍ଷେ, ଭାରତ ବନ୍ଦକୁ ନେଇ ଗତକାଲି ରାତିରୁ ପେଟ୍ରୋଲ ପମ୍ପରେ ଲାଗିଛି ପ୍ରବଳ ଗହଳି ଥିବା ଦେଖିବାକୁ ମିଳିଛି । ଲୋକେ ଘଣ୍ଟା ଘଣ୍ଟା ଧରି ଲାଇନ୍‌ରେ ରହି ଗାଡ଼ିରେ ତେଲ ପକାଉଛନ୍ତି । ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ପେଟ୍ରୋଲ ପମ୍ପରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ ।