• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Swadesi Megha Mallhar Prusty

ଆସିଲା ମାଟ୍ରିକ୍ ପରୀକ୍ଷା କାର୍ଯ୍ୟସୂଚୀ । ଆସନ୍ତାବର୍ଷ ଫେବ୍ରୁଆରୀ ୨୧ ରୁ ମାର୍ଚ୍ଚ ୬ ଯାଏଁ ଚାଲିବ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍ ପରୀକ୍ଷା । ପ୍ରଥମ ଦିନ ପ୍ରଥମ ଭାଷା ଓଡ଼ିଆ ଓ ଶେଷଦିନ ତୃତୀୟ ଭାଷା ପରୀକ୍ଷା ଥିବା ବେଳେ, କେବଳ ଗଣିତକୁ ଛାଡ଼ି ବାକି ସବୁ ଏକ୍ଜାମ୍ ସକାଳ ୯ଟାରୁ ଆରମ୍ଭ ହୋଇ ସାଢ଼େ ୧୧ଟା ଯାଏଁ ଚାଲିବ । ଗଣିତ ପରୀକ୍ଷା ପାଇଁ ମିଳିବ ଅଧିକ ୧୫ ମିନିଟ୍ ସମୟ । ବୋର୍ଡ ପକ୍ଷରୁ ପ୍ରୋଗ୍ରାମ୍ ଘୋଷଣା ପରେ ଉତ୍ସାହିତ ଅଛନ୍ତି ମାଟ୍ରିକ୍ ଛାତ୍ରଛାତ୍ରୀ ।

ବାଜିଲା ମାଟ୍ରିକ୍ ପରୀକ୍ଷା ଘଣ୍ଟି .. ଫେବ୍ରୁଆରୀ ୨୧ରୁ ମାର୍ଚ୍ଚ ୬ ଯାଏଁ ଚାଲିବ ପରୀକ୍ଷା । ପିଲାଙ୍କ କ୍ୟାରିୟରର ପ୍ରଥମ ବଡ଼ ଟେଷ୍ଟ । ୨୦୨୫ ମସିହା ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍ ପରୀକ୍ଷା ବା ମାଟ୍ରିକ୍ ପରୀକ୍ଷା ପାଇଁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କରିଛି ମାଧ୍ୟମିକ ଶିକ୍ଷା ପରିଷଦ । ଫେବ୍ରୁଆରୀ ୨୧ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେଉଥିବା ବେଳେ, ପ୍ରଥମ ଦିନ ପ୍ରଥମ ଭାଷା ଓଡ଼ିଆ ପରୀକ୍ଷା ହେବ ।

ଏହାପରେ ଫେବୃଆରୀ ୨୪ରେ ଦ୍ୱିତୀୟ ଭାଷା ଇଂରାଜୀ, ୨୭ରେ ଗଣିତ, ମାର୍ଚ୍ଚ ୧ରେ ବିଜ୍ଞାନ, ମାର୍ଚ୍ଚ ୩ରେ ସାମାଜିକ ବିଜ୍ଞାନ ଏବଂ ଶେଷ ଦିନ ମାର୍ଚ୍ଚ ୬ରେ ତୃତୀୟ ଭାଷା ହିନ୍ଦୀ ବା ସଂସ୍କୃତ ଆଦି ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ସବୁ ପରୀକ୍ଷା ସକାଳ ୯ଟାରୁ ଦିନ ସାଢ଼େ ୧୧ଟା ପର୍ଯ୍ୟନ୍ତ ଚାଲିବ । ତେବେ କେବଳ ଗଣିତ ପରୀକ୍ଷା ପାଇଁ ଅଧିକ ୧୫ ମିନିଟ ମିଳିବ ଏବଂ ଏହା ୧୧ଟା ୪୫ରେ ସରିବ ।

ମାଟ୍ରିକ୍ ପରୀକ୍ଷା ଛାତ୍ରଛାତ୍ରୀଙ୍କ କ୍ୟାରିୟରର ଏକ ବଡ଼ ସୋପାନ ହୋଇଥିବା ବେଳେ, ଏଥିପାଇଁ ଗତ ୩ ତାରିଖରୁ ଆରମ୍ଭ ହୋଇଛି ଫର୍ମ ଫିଲପ୍ । ନଭେମ୍ବର ୧୮ରେ ଫର୍ମ ପୂରଣ ସରିବା ପରେ, ପରୀକ୍ଷାର୍ଥୀଙ୍କ ସଂଖ୍ୟା ସ୍ପଷ୍ଟ ହେବ । TLV ଓ ଭୋକେସନାଲ୍ ଟ୍ରେଡ୍ ବ୍ୟତୀତ ଅନ୍ୟ ସମସ୍ତ ବିଷୟରେ ୫୦ ମାର୍କର ସବଜେକ୍ଟିଭ୍ ଓ ୫୦ ମାର୍କର ଅବଜେକ୍ଟିଭ୍ ପ୍ରଶ୍ନ ଆସିବ ।

ଅବଜେକ୍ଟିଭ MCQର ଉତ୍ତର OMR ସିଟ୍ ରେ ଏବଂ ସବଜେକ୍ଟିଭ୍ ପ୍ରଶ୍ନର ଉତ୍ତର, ପ୍ରଶ୍ନ ସଂଲଗ୍ନ ଉତ୍ତର ଖାତାରେ ଦେବାକୁ ହେବ । ଗତବର୍ଷ ଫର୍ମାଟରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ଗତବର୍ଷ ମାଟ୍ରିକ୍ ପରୀକ୍ଷାରେ କପି ରୋକିବାକୁ ବୋର୍ଡ ପକ୍ଷରୁ ପ୍ରଥମ ଥର ପାଇଁ ଆର୍ଟିଫିସିଆଲ୍ ଇଣ୍ଟଲିଜେନ୍ସ ବ୍ୟବହାର ହୋଇଥିଲା । ତମାମ୍ ସତର୍କତା ସତ୍ତ୍ୱେ ଆସିଥିଲା ପ୍ରଶ୍ନପତ୍ର ଭାଇରାଲ୍ ଅଭିଯୋଗ ।

ତେଣୁ ଏଥର ବି ତ୍ରୁଟିଶୂନ୍ୟ ପରୀକ୍ଷା ଓ ପ୍ରଶ୍ନପତ୍ର ଲିକ୍ ରୋକିବା ବୋର୍ଡ ପାଇଁ ବଡ଼ ଚ୍ୟାଲେଞ୍ଜ ରହିବ । ମାଟ୍ରିକ ରେଗୁଲାର୍ ଓ ଏକ୍ସ-ରେଗୁଲାର ସହ ଆଜି ଷ୍ଟେଟ୍ ଓପନ୍ ଓ ମଧ୍ୟମା ସଂସ୍କୃତ ପରୀକ୍ଷା କାର୍ଯ୍ୟସୂଚୀ ମଧ୍ୟ ଘୋଷଣା ହୋଇଛି, ଯାହାକି ସେହି ଫେବୃଆରୀ ୨୧ରୁ ଆରମ୍ଭ ହୋଇ ମାର୍ଚ୍ଚ ୬ ଯାଏଁ ଚାଲିବ ।

OTV is now on Whatsapp

Join and get latest news update delivered to you via whatsapp

Join Now