/odishatv-khabar/media/post_attachments/uploadimage/library/16_9/16_9_0/IMAGE_1646981248.jpg)
Matric Exam
ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ । ଗଣିତ, ଗୃହ ବିଜ୍ଞାନ ଓ ଭୋକେସନାଲ ବାୟୋଲୋଜି ସୂଚୀରେ ପରିବର୍ତ୍ତନ ହୋଇଛି । ମେ’ ୧୯ରେ ହେବାକୁ ଥିବା ୩ଟି ବିଷୟର ପରୀକ୍ଷା ଏବେ ମେ’ ୩୧ରେ ହେବ । ବିଜ୍ଞାନ ପିଲାଙ୍କ ପରୀକ୍ଷା ସୂଚୀରେ କମ୍ ବ୍ୟବଧାନ ଥିବାରୁ ପରିବର୍ତ୍ତନ କରାଯାଇଛି । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି ।
ତେବେ ଏହି ଯୁକ୍ତ ଦୁଇ ପରୀକ୍ଷାକୁ ନେଇ ଅନେକ ଥର ପରିବର୍ତ୍ତନ କରାଯାଇଛି । ପ୍ରଥମେ ମେ’ ୨୪ରେ ପରୀକ୍ଷା ଶେଷ ହେବ ବୋଲି ନିଷ୍ପତ୍ତି ନିଆଯାଇଥିବା ବେଳେ ପର ମୁହୁର୍ତ୍ତରେ କାର୍ଯ୍ୟସୂଚୀରେ ପରିବର୍ତ୍ତନ ହୋଇଥିଲା । ଆଉ ମେ’ ୨୪ ପରିବର୍ତ୍ତେ ମେ’ ୨୮ ତାରିଖରେ ଶେଷ ହେବ ଦ୍ୱାଦଶ ତଥା ଯୁକ୍ତ ଦୁଇ ବୋର୍ଡ଼ ପରୀକ୍ଷା ବୋଲି ଘୋଷଣା ହୋଇଥିଲା ।
କିନ୍ତୁ ଏବେ ମେ’ ୨୮ ପରିବର୍ତ୍ତ ମେ’ ୩୧ ତାରିଖରେ ଶେଷ ହେବ ବୋଲି କୁହାଯାଇଥିଲା । ପରୀକ୍ଷା ସକାଳ ୯ଟାରୁ ଆରମ୍ଭ ହୋଇ ମଧ୍ୟାହ୍ନ ୧୨ଟା ଯାଏଁ ଚାଲିବ ବୋଲି କାର୍ଯ୍ୟସୂଚୀରେ ଦର୍ଶାଯାଇଛି । ସେହିପରି ପ୍ରାକ୍ଟିକାଲ ଏବଂ ପ୍ରୋଜେକ୍ଟ ପେପର ପରୀକ୍ଷା ଏପ୍ରିଲ ୪ ତାରିଖରୁ ଆରମ୍ଭ ହୋଇ ୧୨ ତାରିଖ ଯାଏଁ ଚାଲିବ ବୋଲି ପୂର୍ବରୁ କୁହାଯାଇଥିଲା । ଚଳିତ ବର୍ଷ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପାଠ୍ୟକ୍ରମରେ ରାଜ୍ୟର ୩ ଲକ୍ଷ ୨୦ ହଜାରରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । ଅଫଲାଇନ୍ ମୋଡ୍ରେ ସମସ୍ତ ପରୀକ୍ଷା ହେବ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)