/odishatv-khabar/media/post_attachments/uploadimage/library/16_9/16_9_0/s_1651060202.jpg)
Technical Institutions To Be Closed FromTomorrow
ଆସନ୍ତାକାଲିଠୁ ରାଜ୍ୟର ସବୁ ବୈଷୟିକ ଶିକ୍ଷାନୁଷ୍ଠାନ ଛୁଟି। ଆସନ୍ତାକାଲିଠୁ ମେ ୨ ଯାଏ ସବୁ ବୈଷୟିକ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା କରାଯାଇଛି। ପ୍ରବଳ ଖରାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି।
Advertisment
କ୍ଲାସ ବନ୍ଦ ରହିଲେ ମଧ୍ୟ ହେବାକୁ ଥିବା ପରୀକ୍ଷା ଚାଲିବ। ଏନେଇ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ମେ’ ୨ ଯାଏ କଲେଜ, ୟୁନିଭର୍ସିଟି କ୍ଲାସ୍ ମଧ୍ୟ ବନ୍ଦ ରହିଛି। ପ୍ରବଳ ଗ୍ରୀଷ୍ମପ୍ରବାହ ଦୃଷ୍ଟିରୁ ୟୁଜି/ପିଜି କ୍ଲାସ ବନ୍ଦ ଘୋଷଣା କରାଯାଇଛି।
ସେହିପରି ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଗୁଡ଼ିକ ୨୬ ତାରିଖରୁ ୩୦ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା କରାଯାଇଛି। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସୂଚନା ଦେଇଛି। ସ୍କୁଲ ଛୁଟି ସତ୍ତ୍ୱେ ମାଟ୍ରିକ ଓ +୨ ପରୀକ୍ଷା ଚାଲୁ ରଖିବାକୁ ନିଷ୍ପତ୍ତି ହୋଇଛି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)