/odishatv-khabar/media/post_attachments/uploadimage/library/16_9/16_9_0/IMAGE_1702623639.jpg)
Plus Two Exam
ଫେବ୍ରୁଆରୀ ୧୬ରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା । ଫେବ୍ରୁଆରୀ ୧୬ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୦ ଯାଏଁ ଚାଲିବ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା କାର୍ଯ୍ୟସୂଚୀ ପ୍ରକାଶ ପାଇଛି ।
Advertisment
ଅନ୍ୟପଟେ ଫେବ୍ରୁଆରୀ ୨୦ରୁ ଆରମ୍ଭ ହେବ ମାଟ୍ରିକ୍ ପରୀକ୍ଷା । ମାଟ୍ରିକ ପରୀକ୍ଷା ଆରମ୍ଭ ହେବା ନେଇ ବୋର୍ଡ ପକ୍ଷରୁ ପୂର୍ବରୁ ସୂଚନା ଦିଆଯାଇଛି । ଫେବ୍ରୁଆରୀ ୨୦ରୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ପରୀକ୍ଷା ହେବ । ପ୍ରଥମ ଦିନରେ ଅର୍ଥାତ୍ ୨୦ ତାରିଖରେ ମାତୃଭାଷା ଓଡ଼ିଆ ପରୀକ୍ଷା ଦେବେ ପରୀକ୍ଷାର୍ଥୀ ।
ପରେ ଫେବ୍ରୁଆରୀ ୨୩ ତାରିଖରେ ଇଂରାଜୀ ପରୀକ୍ଷା ହେବ । ସେହିପରି ୨୬ରେ ଗଣିତ, ୨୮ରେ ହିନ୍ଦୀ/ସଂସ୍କୃତ, ମାର୍ଚ୍ଚ ୨ରେ ବିଜ୍ଞାନ, ୪ରେ ସାମାଜିକ ବିଜ୍ଞାନ ପରୀକ୍ଷା କରାଯିବା ନେଇ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି । ସେହିପରି ୨ହଜାର ୯୯୧ କେନ୍ଦ୍ରରେ ପରୀକ୍ଷା ଦେବେ ୫ ଲକ୍ଷ ୫୧ ହଜାର ୬୧୧ ପରୀକ୍ଷାର୍ଥୀ । ମାର୍ଚ୍ଚ ୧୫ରୁ ମାଟ୍ରିକ ଖାତା ଦେଖା ହେବ ବୋଲି ବୋର୍ଡ ସଭାପତି ସୂଚନା ଦେଇଛନ୍ତି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)