/odishatv-khabar/media/post_attachments/uploadimage/library/16_9/16_9_0/IMAGE_1684211546.jpg)
Odisha Matric Result
ଖୁବ ଶୀଘ୍ର ବାହାରିବ ମାଟ୍ରିକ ରେଜଲଟ୍ । ସିବିଏସଇ ଓ ଆଇସିଏସଇ ଦଶମ ରେଜଲଟ ବାହାରି ଥିବାରୁ ରାଜ୍ୟ ବୋର୍ଡର ପିଲାଙ୍କ ଉତ୍କଣ୍ଠା ବଢ଼ିଲାଣି । ରେଜଲଟ୍ କେବେ ବାହାରିବ, ଆଜି କଟକ ବୋର୍ଡ କାର୍ଯ୍ୟାଳୟରେ ଦିନ ୧୧ଟା ୩୦ରେ ଘୋଷଣା ହେବ । ଏନେଇ ସୂଚନା ଦେଲେ ବୋର୍ଡ ଉପସଭାପତି ନିହାର ରଞ୍ଜନ ମହାନ୍ତି ।
ଏ ବର୍ଷ ୫ ଲକ୍ଷ ୪୧ ହଜାର ପିଲା ପରୀକ୍ଷା ଦେଇଛନ୍ତି । ମାର୍ଚ୍ଚ ୧୦ରୁ ପରୀକ୍ଷା ଆରମ୍ଭ ହୋଇ ୨୦ ତାରିଖରେ ଶେଷ ହୋଇଥିଲା । ସୁପରିଚାଳନା ପାଇଁ ୩୧୬ଟି ନୋଡାଲ ସେଣ୍ଟର ଓ ୩୨୧୮ଟି ପରୀକ୍ଷା କେନ୍ଦ୍ର କରାଯାଇଥିଲା । ଗତ ବର୍ଷ ପାସ୍ ହାର ଥିଲା ୯୦ ଦଶମିକ ପାଞ୍ଚ ପାଞ୍ଚ ପ୍ରତିଶତ ।
ମେ’ ତୃତୀୟ ସପ୍ତାହରେ ମାଟ୍ରିକ ରେଜଲ୍ଟ ବାହାରିବା ନେଇ କୁହାଯାଉଥିଲା । ଏନେଇ ସୂଚନା ଦେଇଥିଲେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ଏଥିସହ ମେ’ ଶେଷ ସପ୍ତାହରେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇପାରେ । ବର୍ତ୍ତମାନ ସୁଦ୍ଧା ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷା ଫଳ ବାହାରିବା ନେଇ ତାରିଖ ଧାର୍ଯ୍ୟ ହୋଇନାହିଁ । ଖୁବ ଶୀଘ୍ର ଏନେଇ ତାରିଖ ଘୋଷଣା କରାଯିବ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି ।
ସୂଚନାଯୋଗ୍ୟ ଏପ୍ରିଲ ୩ ତାରିଖରୁ ଖାତାଦେଖା ଆରମ୍ଭ ହୋଇଥିଲା । ରାଜ୍ୟର ୫୬ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖିଥିଲେ ଶିକ୍ଷକ, ଶିକ୍ଷୟିତ୍ରୀ । ଏଥିପାଇଁ ମୂଲ୍ୟାୟନ କେନ୍ଦ୍ର ଗୁଡ଼ିକରେ କାର୍ଯ୍ୟରେ ଶିକ୍ଷକ, ଶିକ୍ଷୟିତ୍ରୀ ଯୋଗ ଦେଇଥିଲେ । ଖାତାଦେଖାରେ ପ୍ରାୟ ୧୩ ହଜାର ଶିକ୍ଷକ, ଶିକ୍ଷୟିତ୍ରୀ ନିୟୋଜିତ ରହିଥିଲେ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)