Advertisment

ଆଜିଠୁ ମାଟ୍ରିକ ପରୀକ୍ଷା; ୫ ଲକ୍ଷ ପିଲାଙ୍କୁ ଜଗିବ AI କ୍ୟାମେରା

କପି ରୋକିବାକୁ ନୂଆ ଫର୍ମୂଲା ସ୍ୱରୂପ, ଏଥର ଦେଢ ଘଣ୍ଟା ପୂର୍ବରୁ ପରୀକ୍ଷା ହଲକୁ ପଶିବେ ପରୀକ୍ଷାର୍ଥୀ।

author-image
Manoranjan Behera
ଅଦ୍ୟତନ ହୋଇଛି
BSE Odisha Matric Exam 2024

Odisha Matric Exam

ଆଜିଠୁ ମାଟ୍ରିକ ପରୀକ୍ଷା। ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଦେଉଛନ୍ତି ୫ ଲକ୍ଷ ୫୧ ହଜାର ୬୧୧ ଛାତ୍ରଛାତ୍ରୀ। ବୋର୍ଡ ପକ୍ଷରୁ ୩ ହଜାର ୪୭ଟି ପରୀକ୍ଷା କେନ୍ଦ୍ର ଏବଂ ଦୁର୍ଗମ ଅଞ୍ଚଳର ୨୧ଟି ପୋଲିସ ଷ୍ଟେସନକୁ ନୋଡାଲ୍ ସେଣ୍ଟର କରାଯାଇଛି। ଆଜିଠୁ ପରୀକ୍ଷା ଆରମ୍ଭ ହେବାକୁ ଥିବାବେଳେ ମାର୍ଚ୍ଚ ୧୬ ତାରିଖରୁ ଖାତାଦେଖା ଆରମ୍ଭ ହୋଇ ୩୦ ତାରିଖରେ ସରିବ।

Advertisment

କପି ରୋକିବାକୁ ନୂଆ ଫର୍ମୂଲା ସ୍ୱରୂପ, ଏଥର ଦେଢ ଘଣ୍ଟା ପୂର୍ବରୁ ପରୀକ୍ଷା ହଲକୁ ପଶିବେ ପରୀକ୍ଷାର୍ଥୀ। ଅର୍ଥାତ୍ ସକାଳ ୯ ଟାରେ ପରୀକ୍ଷା ଥିବାବେଳେ ସାଢ଼େ ୭ରୁ ପରୀକ୍ଷା କେନ୍ଦ୍ରକୁ ଛଡାଯିବ ପରୀକ୍ଷାର୍ଥୀଙ୍କୁ। ୮ଟା ୧୫ ମିନିଟ୍ ପରେ ଆଉ କାହାକୁ ପ୍ରବେଶ ଅନୁମତି ମିଳିବନାହିଁ।

କେବଳ ଏତିକି ନୁହେଁ, ସେଣ୍ଟର ସୁପରିଟେଣ୍ଡେଣ୍ଟଙ୍କ ବ୍ୟତୀତ ପରୀକ୍ଷା ସମୟରେ ଅନ୍ୟ କେହି ବି ପରୀକ୍ଷା କେନ୍ଦ୍ରକୁ ମୋବାଇଲ୍ ନେଇପାରିବେ ନାହିଁ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି।

Advertisment
Odisha Matric Exam BSE Odisha
Advertisment
Advertisment