Advertisment

ଆଜିଠୁ ମାଟ୍ରିକ ଖାତା ମୂଲ୍ୟାୟନ ପ୍ରକ୍ରିୟା ଆରମ୍ଭ

ରାଜ୍ୟର ମୋଟ ୫୮ଟି ମୂଲ୍ୟାୟନ କେନ୍ଦ୍ରରେ ମାଟ୍ରିକ ଖାତା ଦେଖା ହେବ । ୧୦ରୁ ୧୨ ଦିନ ପର୍ଯ୍ୟନ୍ତ ଖାତା ଦେଖା ପ୍ରକ୍ରିୟା ଚାଲିବ ।

Matric Exam

Matric Exam

Advertisment

ଆଜି ଠାରୁ ଆରମ୍ଭ ହେବ ମାଟ୍ରିକ ଖାତା ମୂଲ୍ୟାୟନ ପ୍ରକ୍ରିୟା । ଦଶମ ଶ୍ରେଣୀ ସହିତ ଏସ୍ଓସ୍ ଓ ମଧ୍ୟମା ପରୀକ୍ଷାର ଖାତା ମୂଲ୍ୟାୟନ କରାଯିବ । ରାଜ୍ୟର ମୋଟ ୫୮ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖା ହେବ । ଏଥିପାଇଁ ଗତାକଲି ସକାଳ ୧୦ଟା ସୁଦ୍ଧା ମୂଲ୍ୟାୟନ କେନ୍ଦ୍ରରେ ଯୋଗ ଦେଇଛନ୍ତି ପରୀକ୍ଷକ । ୧୦ରୁ ୧୨ ଦିନ ପର୍ଯ୍ୟନ୍ତ ଖାତା ଦେଖା ପ୍ରକ୍ରିୟା ଚାଲିବ ।

Advertisment

ଖାତା ଦେଖା ପାଇଁ ୪୮୧ ଜଣ ମୁଖ୍ୟ ପରୀକ୍ଷକଙ୍କ ସହ ୯୦୦ ଜଣ ଉପ ପରୀକ୍ଷକ, ୮୯୧୯ ଜଣ ସହକାରୀ ପରୀକ୍ଷକ ଓ ୯୩୦ ଜଣ ସ୍କୃଟିନାଇଜରଙ୍କୁ ନିୟୋଜିତ କରାଯାଇଛି । ଖାତା ଦେଖା ପରେ ମାର୍କ ଅପଲୋଡ୍ କାର୍ଯ୍ୟ କରାଯିବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି ।

ରିପୋର୍ଟ ଅନୁସାରେ, ୪୩ ହଜାର ୪୮୯ ପିଲା ମାଟ୍ରିକ ପରୀକ୍ଷା ଦେଇନାହାନ୍ତି। ଏତେ ସଂଖ୍ୟକ ପିଲା ମାଟ୍ରିକ ପରୀକ୍ଷା ନଦେବା ଅତ୍ୟନ୍ତ ଚିନ୍ତାର ବିଷୟ ପାଲଟିଛି । ତେବେ ଏହାର କାରଣ କ’ଣ ହୋଇପାରେ ସେନେଇ ଶୀଘ୍ର ରିପୋର୍ଟ ଦେବାକୁ କୁହାଯାଇଛି। ଏଥିପାଇଁ କିଏ ଦାୟୀ, ସେନେଇ ମଧ୍ୟ ଆଲୋଚନା କରାଯାଉଛି।

Advertisment

ଅନ୍ୟପକ୍ଷେ, ମାଟ୍ରିକ ପରୀକ୍ଷାରେ ପ୍ରାୟ ୪୩ ହଜାର ପିଲା ଅନୁପସ୍ଥିତ ରହିବା ପ୍ରସଙ୍ଗରେ ଗଣଶିକ୍ଷା ମନ୍ତ୍ରୀ ସ୍ପଷ୍ଟୀକରଣ ଦେଇଥିଲେ। ମନ୍ତ୍ରୀ ସମୀର ଦାଶ କହିଥିଲେ, କୋଭିଡ୍ ହେତୁ ସବୁ ପିଲାଙ୍କ ଫର୍ମ ଫିଲପ୍ ଫି’ ସରକାର ଛାଡ୍‌ କରିଥିଲେ। ଅଷ୍ଟମରୁ ଦଶମ ପର୍ଯ୍ୟନ୍ତ ପିଲା ସିଧାସଳଖ ଯାଇଥିବାରୁ ସମସ୍ତଙ୍କ ଫର୍ମ ଫିଲପ ହୋଇଥିଲା।

Matric Exam Copy Checking
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ