• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Santosh Kumar Sahoo

ପ୍ରକାଶ ପାଇଲା ସିବିଏସଇ ଦ୍ବାଦଶ ପରୀକ୍ଷା ଫଳ । CBSE ୱେବସାଇଟ୍‌ରେ ରେଜଲ୍ଟ ଉପଲବ୍ଧ । ଚଳିତବର୍ଷ ସିବିଏସ୍‌ଇ ଦ୍ୱାଦଶରେ ମୋଟ ପାସ୍ ହାର ୮୭.୯୮ ପ୍ରତିଶତ ରହିଛି । ତେବେ ଚଳିତ ଥର ମଧ୍ୟ CBSE ଦ୍ୱାଦଶରେ ଛାତ୍ରଙ୍କ ତୁଳନାରେ ଛାତ୍ରୀ ବାଜି ମାରିଛନ୍ତି। ଚଳିତ ଥର ଛାତ୍ରୀଙ୍କ ପାସ୍‌ହାର ୯୧.୫୨ ପ୍ରତିଶତ ଥିବା ବେଳେ ଛାତ୍ରଙ୍କ ପାସ୍‌ହାର ୮୫.୧୨ ରହିଛି ।

ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶ ପାଇବା ପରେ ଛାତ୍ରଛାତ୍ରୀମାନେ CBSE ୱେବସାଇଟ୍‌ରେ ରେଜଲ୍ଟ ଦେଖିପାରିବେ । results.cbse.nic.in, cbse.gov.in କିମ୍ବା cbseresults.nic.in ୱେବ୍‌ସାଇଟ୍‌ରୁ ରେଜଲ୍ଟ ଦେଖିପାରିବେ । ଏଥିସହ UMANG ଆପ୍, digilocker.gov.in, ପାରିକ୍ସା ସଙ୍ଗମ୍ ପୋର୍ଟାଲ୍ ଏବଂ SMS ସୁବିଧା ମାଧ୍ୟମରେ ମଧ୍ୟ ରେଜଲ୍ଟ ‌ଉପଲ୍ଲବ୍ଧ ହୋଇଛି ।

ଅଧିକ ପଢ଼ନ୍ତୁ: NEET ପରୀକ୍ଷାର୍ଥୀଙ୍କୁ ପ୍ରଲୋଭନ: ‘ଯାହା ପାରୁଛ ଲେଖ, ବାକି ଆମେ ପୂରଣ କରିବୁ’

ଚଳିତ ଥର ଦ୍ୱାଦଶରେ ୨୪ ହଜାର ପରୀକ୍ଷାର୍ଥୀ ୯୫ ପ୍ରତିଶତରୁ ଅଧିକ ନମ୍ବର ରଖିଛନ୍ତି । ସେହିପରି ୧ ଲକ୍ଷ ୧୬ ହଜାର ପରୀକ୍ଷାର୍ଥୀ ୯୦ ପ୍ରତିଶତରୁ ଅଧିକ ନମ୍ବର ରଖିଛନ୍ତି ।

ସିବିଏସଇ ଦ୍ୱାଦଶ ପରୀକ୍ଷା ପାଇଁ ଚଳିତବର୍ଷ ୧୬ ଲକ୍ଷ ୩୩ ହଜାର ୭୩୦ ଜଣ ଛାତ୍ରଛାତ୍ରୀ ନାମ ପଞ୍ଜୀକରଣ କରିଥିଲେ । ସେଥିମଧ୍ୟରୁ ପ୍ରାୟ ୧୬ ଲକ୍ଷ ୨୨ ହଜାର ୨୨୪ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ୧୪ ଲକ୍ଷ ୨୬ ହଜାର ୪୨୦ ଛାତ୍ରଛାତ୍ରୀ ପାସ୍‌ କରିଛନ୍ତି । ଗତ ବର୍ଷ ଅପେକ୍ଷା ଚଳିତ ବର୍ଷ ପାସ ହାର ୦.୬୫ ପ୍ରତିଶତ ବୃଦ୍ଧି ପାଇଛି ।

ସିବିଏସଇ ଦ୍ୱାଦଶ ଫଳାଫଳରେ କେରଳ ଆଗରେ ରହିଛି `କେରଳର ତ୍ରିଭେନ୍ଦ୍ରମରେ ୯୯.୯୧ ପ୍ରତିଶତ ଛାତ୍ରଛାତ୍ରୀ ପାସ୍ କରିଛନ୍ତି। ପାସ୍ ତାଲିକାରେ ବିଜୟୱାଡା ଦ୍ୱିତୀୟ ସ୍ଥାନରେ ରହିଛି। ଏଠାରେ ପାସ୍ ହାର ୯୯.୦୪ ପ୍ରତିଶତ ଅଛି।

ସେହିପରି ଚେନ୍ନାଇ ତୃତୀୟ ସ୍ଥାନରେ ଥିବାବେଳେ ଏହାର ପାସ୍ ହାର ୯୮.୪୭ % ରିହିଛି। ତା'ପଛକୁ ରହିଛି ବେଙ୍ଗାଲୁରୁ। ଏଠାରେ ପାସ୍‌ ହାର ୯୬.୯୫ ପ୍ରତିଶତ ଏବଂ ପଶ୍ଚିମ ଦିଲ୍ଲୀର ଛାତ୍ରଛାତ୍ରୀଙ୍କ ପାସ୍ ହାର ୯୫.୬୪ ପ୍ରତିଶତ ରହିଛି।

OTV is now on Whatsapp

Join and get latest news update delivered to you via whatsapp

Join Now