Advertisment

CBSEର ନୂଆ ନିୟମ; ଉପସ୍ଥାନ ୭୫%ରୁ କମିଲେ ବୋର୍ଡ ପରୀକ୍ଷା ମନା

CBSE ଦଶମ ଓ ଦ୍ବାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ୭୫ ପ୍ରତିଶତ ଉପସ୍ଥାନ ବାଧ୍ୟତାମୂଳକ। ୨୦୨୫ ବୋର୍ଡ ପରୀକ୍ଷା ଦେଉଥିବା ଛାତ୍ରଛାତ୍ରୀଙ୍କ ପାଇଁ ଏହି ନିୟମ ଲାଗୁ ହେବ।

author-image
Sonali Ojha
ଅଦ୍ୟତନ ହୋଇଛି
CBSE mandates 75% attendance for Class 10

CBSE

CBSE ଦଶମ ଓ ଦ୍ବାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ୭୫ ପ୍ରତିଶତ ଉପସ୍ଥାନ ବାଧ୍ୟତାମୂଳକ। ୨୦୨୫ ବୋର୍ଡ ପରୀକ୍ଷା ଦେଉଥିବା ଛାତ୍ରଛାତ୍ରୀଙ୍କ ପାଇଁ ଏହି ନିୟମ ଲାଗୁ ହେବ। କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ- CBSE ଏନେଇ ବିଜ୍ଞପ୍ତି ଜାରି କରିଛି | ବୋର୍ଡ ଗାଇଡଲାଇନ ଅନୁସାରେ ଛାତ୍ରଛାତ୍ରୀ ବିଦ୍ୟାଳୟରେ ୭୫ ପ୍ରତିଶତ ଉପସ୍ଥାନ ଥିଲେ ହିଁ ପରୀକ୍ଷା ପାଇଁ ଯୋଗ୍ୟ ହେବେ। ସମସ୍ତ CBSE ଅନୁବନ୍ଧିତ ସ୍କୁଲ ପ୍ରିନ୍ସିପାଲମାନଙ୍କୁ ଏନେଇ ନିର୍ଦ୍ଦେଶନାମା ଜାରି କରାଯାଇଛି।

Advertisment

ଅଧିକ ପଢ଼ନ୍ତୁ: ରାଜଧାନୀରେ ହଲ୍ଲାବୋଲ୍, କଟକରେ ପ୍ରତିବାଦ; ଆଡମିଟ୍ କାର୍ଡକୁ ଡଙ୍ଗା କରି ଭସାଇଲେ ଆଶାୟୀ

କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ବା ସିବିଏସ୍‌ଇ ଏହାର ସଦ୍ୟ ପ୍ରକାଶିତ ବିଜ୍ଞପ୍ତି ମାଧ୍ୟମରେ ବିଦ୍ୟାଳୟଗୁଡ଼ିକୁ ଛାତ୍ରୀଛାତ୍ରଙ୍କ ଉପସ୍ଥାନ ଉପରେ ଧ୍ୟାନ ଦେବାକୁ କହିଛନ୍ତି। ଫେବୃୟାରୀ ୧୫ରୁ ସିବିଏସ୍‌ଇ ବୋର୍ଡ ପରୀକ୍ଷା ଆରମ୍ଭ ହେବାକୁ ଯାଉଥିବା ବେଳେ ଯେଉଁମାନେ ଉପସ୍ଥାନ ତଥା ଅନ୍ୟାନ୍ୟ ଦୃଷ୍ଟିରୁ ଯୋଗ୍ୟ ବିବେଚିତ ହେବେ କେବଳ ସେହିମାନଙ୍କ ପାଖକୁ ଆଡମିଟ୍‌ କାର୍ଡ ପଠାଯିବ। ଏନେଇ ଜାନୁୟାରୀ ୭ ପୂର୍ବରୁ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ।

Advertisment

ଯଦି କୌଣସି ପିଲାଙ୍କର ଉପସ୍ଥାନ କମ୍‌ ହୋଇଥାଏ, ତେବେ ସେମାନେ ଏହାର ଉପଯୁକ୍ତ କାରଣ ଦସ୍ତାବିଜ ସହ ଜାନୁୟାରୀ ୭ ପୂର୍ବରୁ କର୍ତ୍ତୃପକ୍ଷଙ୍କୁ ଜଣାଇବେ। ଏହି ସମୟସୀମା ପରେ କୌଣସି ଆବେଦନକୁ ବିଚାରକୁ ନିଆଯିବ ନାହିଁ। ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପାଇଁ ଉଭୟ ଥିଓରୀ ଏବଂ ପ୍ରାକ୍ଟିକାଲ ପରୀକ୍ଷାରେ ପାସ୍‌ କରିବାକୁ ହେବ। ଉଭୟ ଦଶମ ଓ ଦ୍ବାଦଶ ଶ୍ରେଣୀରେ ଏହି ନିର୍ଦ୍ଦେଶନାମାର ଦୃଢ କାର୍ଯ୍ୟକାରିତା ଉପରେ ଗୁରୁତ୍ୱ ଦେବାକୁ କୁହଯାଇଛି। ଏଥି ସହିତ ଅଭିଭାବକମାନଙ୍କୁ ଏନେଇ ଅବଗତ କରିବା ନେଇ ମଧ୍ୟ ଉଲ୍ଲେଖ ରହିଛି।

CBSE Board Exams Attendance
Advertisment
Advertisment