/odishatv-khabar/media/post_attachments/uploadimage/library/16_9/16_9_0/Exam_1709013968.jpg)
Exam
ତ୍ରୁଟି ମାନିଲେ CHSE ପରୀକ୍ଷା ନିୟନ୍ତ୍ରକ । CHSE ଯୁକ୍ତ ୨ ଫିଜିକ୍ସ ପରୀକ୍ଷାରେ ତ୍ରୁଟି ହୋଇଛି ବୋଲି ମାନିଲେ କର୍ତ୍ତୃପକ୍ଷ । ପ୍ରେସମିଟ୍ କରି ସୂଚନା ଦେଲେ ପରୀକ୍ଷା ନିୟନ୍ତ୍ରକ ଆଶୋକ ନାୟକ । ‘ଆଉଟ ଅଫ୍ ସିଲାବସ୍ ନୁହେଁ, ଚଏସ୍ ଡେଫିସିଟ୍ ରହିଛି’ବୋଲି କହିଲେ ।
ରେଗୁଲାର ଓ ଏକ୍ସ ରେଗୁଲାର ସିଲାବସକୁ ନେଇ ପ୍ରଶ୍ନ ପ୍ରସ୍ତୁତ ହୋଇଥିଲା । କେବଳ ରେଗୁଲାର ପିଲାଙ୍କ ପ୍ରଶ୍ନରେ ଚଏସ୍ ଡେଫିସିଟ୍ ରହିଛି ବୋଲି କହିଛନ୍ତି CHSE ପରୀକ୍ଷା ନିୟନ୍ତ୍ରକ । ମୋଟ ୧୯ ନମ୍ବର ଚଏସ୍ ଡେଫିସିଟ ରହିଛି । ଯେଉଁ ପିଲା ଏସବୁ ପ୍ରଶ୍ନ ଆଟେମ୍ପ୍ଟ ନେଇଥିବେ ସେମାନେ ଗ୍ରେସ୍ ମାର୍କ ପାଇବେ ବୋଲି କହିଛନ୍ତି ପରୀକ୍ଷା ନିୟନ୍ତ୍ରକ ।
ଅଧିକ ପଢ଼ନ୍ତୁ: ଏଣିକି କଡ଼ାକଡ଼ି ହେବ, ୬ ବର୍ଷ ନହେଲେ ପ୍ରଥମ ଶ୍ରେଣୀରେ ଆଡ୍ମିଶନ ମନା !
ଆଟେମ୍ପ୍ଟ ନେଇ ନ ଥିଲେ ପିଲାଙ୍କୁ ଗ୍ରେସ୍ ମାର୍କ ମିଳିବ ନାହିଁ ରୋକଠୋକ ଶୁଣାଇ ଦେଇଛନ୍ତି CHSE ପରୀକ୍ଷା ନିୟନ୍ତ୍ରକ । ଯେତିକି ଚଏସ ଡେଫିସିଟ ପ୍ରଶ୍ନ ଆଟେମ୍ପ୍ଟ କରିଥିବେ ତାହାର ପୂରା ମାର୍କ ପାଇବେ । ତେଣୁ ସବୁ ପିଲାଙ୍କୁ ସମାନ ଗ୍ରେସ୍ ମାର୍କ ମିଳିବ ନାହିଁ । କେଉଁଠି ତ୍ରୁଟି ରହିଲା ତଦନ୍ତ କରି ପଦକ୍ଷେପ ନିଆଯିବ ବୋଲି କହିଛନ୍ତି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)