ଯୁକ୍ତ ଦୁଇ ପରୀକ୍ଷାରେ ସାଂଘାତିକ ତ୍ରୁଟି...କର୍ତ୍ତୃପକ୍ଷ କହିଲେ ମିଳିବ ଗ୍ରେସ ମାର୍କ

ତ୍ରୁଟି ମାନିଲେ CHSE ପରୀକ୍ଷା ନିୟନ୍ତ୍ରକ । CHSE ଯୁକ୍ତ ୨ ଫିଜିକ୍ସ ପରୀକ୍ଷାରେ ତ୍ରୁଟି ହୋଇଛି ବୋଲି ମାନିଲେ କର୍ତ୍ତୃପକ୍ଷ ।

Exam

ତ୍ରୁଟି ମାନିଲେ CHSE ପରୀକ୍ଷା ନିୟନ୍ତ୍ରକ । CHSE ଯୁକ୍ତ ୨ ଫିଜିକ୍ସ ପରୀକ୍ଷାରେ ତ୍ରୁଟି ହୋଇଛି ବୋଲି ମାନିଲେ କର୍ତ୍ତୃପକ୍ଷ । ପ୍ରେସମିଟ୍‌ କରି ସୂଚନା ଦେଲେ ପରୀକ୍ଷା ନିୟନ୍ତ୍ରକ ଆଶୋକ ନାୟକ । ‘ଆଉଟ ଅଫ୍‌ ସିଲାବସ୍‌ ନୁହେଁ, ଚଏସ୍‌ ଡେଫିସିଟ୍‌ ରହିଛି’ବୋଲି କହିଲେ ।

ରେଗୁଲାର ଓ ଏକ୍ସ ରେଗୁଲାର ସିଲାବସକୁ ନେଇ ପ୍ରଶ୍ନ ପ୍ରସ୍ତୁତ ହୋଇଥିଲା । କେବଳ ରେଗୁଲାର ପିଲାଙ୍କ ପ୍ରଶ୍ନରେ ଚଏସ୍‌ ଡେଫିସିଟ୍‌ ରହିଛି ବୋଲି କହିଛନ୍ତି CHSE ପରୀକ୍ଷା ନିୟନ୍ତ୍ରକ । ମୋଟ ୧୯ ନମ୍ବର ଚଏସ୍‌ ଡେଫିସିଟ ରହିଛି । ଯେଉଁ ପିଲା ଏସବୁ ପ୍ରଶ୍ନ ଆଟେମ୍ପ୍‌ଟ ନେଇଥିବେ ସେମାନେ ଗ୍ରେସ୍‌ ମାର୍କ ପାଇବେ ବୋଲି କହିଛନ୍ତି ପରୀକ୍ଷା ନିୟନ୍ତ୍ରକ ।

ଅଧିକ ପଢ଼ନ୍ତୁ: ଏଣିକି କଡ଼ାକଡ଼ି ହେବ, ୬ ବର୍ଷ ନହେଲେ ପ୍ରଥମ ଶ୍ରେଣୀରେ ଆଡ୍‌ମିଶନ ମନା !

ଆଟେମ୍ପ୍‌ଟ ନେଇ ନ ଥିଲେ ପିଲାଙ୍କୁ ଗ୍ରେସ୍‌ ମାର୍କ ମିଳିବ ନାହିଁ ରୋକଠୋକ ଶୁଣାଇ ଦେଇଛନ୍ତି CHSE ପରୀକ୍ଷା ନିୟନ୍ତ୍ରକ । ଯେତିକି ଚଏସ ଡେଫିସିଟ ପ୍ରଶ୍ନ ଆଟେମ୍ପ୍‌ଟ କରିଥିବେ ତାହାର ପୂରା ମାର୍କ ପାଇବେ । ତେଣୁ ସବୁ ପିଲାଙ୍କୁ ସମାନ ଗ୍ରେସ୍‌ ମାର୍କ ମିଳିବ ନାହିଁ । କେଉଁଠି ତ୍ରୁଟି ରହିଲା ତଦନ୍ତ କରି ପଦକ୍ଷେପ ନିଆଯିବ ବୋଲି କହିଛନ୍ତି ।