CHSE Plus 2 Result To Be Declared Tommorrow
ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ୨ ରେଜଲ୍ଟ । ଅପରାହ୍ନ ୪ଟାରେ ପରୀକ୍ଷା ଫଳ ପ୍ରକାଶ ପାଇବା ନେଇ CHSE ପକ୍ଷରୁ ସୂଚନା ଦିଆଯାଇଛି ।
ଏକସଙ୍ଗେ କଳା, ବାଣିଜ୍ୟ, ବିଜ୍ଞାନ ରେଜଲ୍ଟ ପ୍ରକାଶ ପାଇବ । ଛାତ୍ରଛାତ୍ରୀମାନେ ରେଜଲ୍ଟ ଘୋଷଣାର ଏକ ଘଣ୍ଟା ପରେ ୱେବସାଇଟ୍ results.odisha.gov.in ଏବଂ results.digilocker.gov.inରେ ପରୀକ୍ଷା ଫଳ ଦେଖିପାରିବେ ।
ସୂଚନାଯୋଗ୍ୟ, ଫେବ୍ରୁଆରୀ ୧୮ ତାରିଖରେ ହୋଇଥିଲା ଯୁକ୍ତ ୨ ପରୀକ୍ଷା । ୨୭ ତାରିଖରେ ଶେଷ ହୋଇଥିଲା । ସମୁଦାୟ ୩ ଲକ୍ଷ ୯୬ ହଜାରରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ଏପ୍ରିଲ ୨ ତାରିଖରେ ଯୁକ୍ତ ଦୁଇ ଖାତା ଦେଖା ଆରମ୍ଭ ହୋଇଥିଲା । ରେଜଲ୍ଟ ପ୍ରକାଶ ପାଇବାରେ ବିଳମ୍ବ ହେଉଥିବାରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା ।
ଅନ୍ୟପଟେ ଯୁକ୍ତ ୩ ନାମଲେଖା ଅବଧି ଆଜି ଶେଷ ହେବାକୁ ଥିବାବେଳେ ଏହାକୁ ଜୁନ ୧ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ଗଣଶିକ୍ଷା ମନ୍ତ୍ରୀ ଓ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ମଧ୍ୟରେ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି । ସୂଚନାଯୋଗ୍ୟ, ଆଜି ସକାଳେ ୨ ଦିନ ଭିତରେ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଥିଲେ । ପରବର୍ତ୍ତୀ ସମୟରେ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍ପଷ୍ଟ ସୂଚନା ଦିଆଯାଇଛି । ଆସନ୍ତାକାଲି ଅପରାହ୍ନରେ କଳା, ବାଣିଜ୍ୟ, ବିଜ୍ଞାନ ରେଜଲ୍ଟ ପ୍ରକାଶ ପାଇବ ବୋଲି ଜଣାପଡ଼ିଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us