ଆଜି ଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ୨ କଳା ରେଜଲ୍ଟ

କଳା ସହ ଧନ୍ଦାମୂଳକ ଶିକ୍ଷାର ଫଳ ମଧ୍ୟ ପ୍ରକାଶ ପାଇବ । www.chseresults.nic.inରେ ଜାଣି ହେବ ରେଜଲ୍ଟ ।

Plus II Arts Results

ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ବିଭାଗର ପରୀକ୍ଷା ଫଳ। ଅପରାହ୍ନ ୪ଟାରେ ରେଜଲ୍ଟ ପ୍ରକାଶ ପାଇବ । କଳା ସହିତ ଧନ୍ଦାମୂଳକ ଶିକ୍ଷାର ଫଳ ମଧ୍ୟ ପ୍ରକାଶ ପାଇବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ-କାଉନସିଲ୍ ଅଧ୍ୟକ୍ଷ ଅଶ୍ୱିନୀ ମିଶ୍ରଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି । www.chseresults.nic.inରେ ଛାତ୍ରଛାତ୍ରୀ ରେଜଲ୍ଟ ଜାଣିପାରିବେ।

ଚଳିତ ବର୍ଷ ମାର୍ଚ୍ଚ ୧ରୁ ଏପ୍ରିଲ ୫ ତାରିଖ ଯାଏଁ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ମୋଟ୍‌ ୧୧୪୫ ପରୀକ୍ଷା କେନ୍ଦ୍ରରେ ସାଢେ଼ ୩ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ଏଥିରୁ କଳାରେ ୨ ଲକ୍ଷ ୧୯ ହଜାର ୧୧୦, ବିଜ୍ଞାନରେ ୯୧,୩୭୯, ବାଣିଜ୍ୟରେ ୨୩,୧୪୮ଜଣ ଓ ଧନ୍ଦାମୂଳକ ଶିକ୍ଷାରେ ୫ ହଜାର ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ।

ସିବିଏସ୍ଇ ରେଜଲ୍ଟ ପ୍ରକାଶ ପାଇବାର ୧୭ ଦିନ ପରେ ଅର୍ଥାତ ଗତ ୩୧ ତାରିଖରେ ଯୁକ୍ତ ଦୁଇ ବିଜ୍ଞାନ ଏବଂ ବାଣିଜ୍ୟ ରେଜଲ୍ଟ ପ୍ରକାଶ ପାଇଥିଲା । ବିଜ୍ଞାନରେ ପରୀକ୍ଷା ଦେଇଥିବା ୯୩,୭୩୪ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୭୮,୯୩୮ ଜଣ ଛାତ୍ରଛାତ୍ରୀ ପାସ୍‌ କରିଥିଲେ । ପ୍ରଥମ ଶ୍ରେଣୀରେ ୩୯,୫୭୩ ଜଣା, ଦ୍ୱିତୀୟ ଶ୍ରେଣୀରେ ୨୪,୨୫୭ ଓ ତୃତୀୟ ଶ୍ରେଣୀରେ ୧୪,୮୫୨ ଜଣ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଥିଲେ।