Advertisment

ଘରୋଇ ଓଡ଼ିଆ ମାଧ୍ୟମ ବିଦ୍ୟାଳୟ ପିଲାଙ୍କୁ ମିଳିବ ମାଗଣା ପାଠ୍ୟପୁସ୍ତକ

୩୬୨୦ ବିଦ୍ୟାଳୟର ୫ ଲକ୍ଷରୁ ଅଧିକ ପିଲା ଉପକୃତ ହେବେ। ଏଥିପାଇଁ ବାର୍ଷିକ ୯ କୋଟି ୪୩ ଲକ୍ଷ ଟଙ୍କା ଖର୍ଚ୍ଚ ହେବ।

author-image
Chandan Shishu
ଅଦ୍ୟତନ ହୋଇଛି
Free Textbooks For Pvt Schools In Odisha

Free textbooks for Class 1 to 8 students of private schools in Odisha

ଘରୋଇ ଓଡ଼ିଆ ମାଧ୍ୟମ ବିଦ୍ୟାଳୟ ପିଲାଙ୍କୁ ମିଳିବ ମାଗଣା ପାଠ୍ୟପୁସ୍ତକ। ଘରୋଇ ତଥା ଅଣଅନୁଦାନ ଓଡ଼ିଆ ମାଧ୍ୟମ ସ୍କୁଲପିଲାଙ୍କୁ ଏହି ସୁବିଧା ମିଳିବ। ୨୦୨୪-୨୫ ଆଗାମୀ ଶିକ୍ଷା ବର୍ଷରୁ ଏହି ଯୋଜନା ଲାଗୁ ହେବ। ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ପିଲାଙ୍କୁ ମାଗଣାରେ ପାଠ୍ୟପୁସ୍ତକ ମିଳିବ।

Advertisment

ଏନେଇ ୩୬୨୦ ବିଦ୍ୟାଳୟର ୫ ଲକ୍ଷରୁ ଅଧିକ ପିଲା ଉପକୃତ ହେବେ। ଏଥିପାଇଁ ବାର୍ଷିକ ୯ କୋଟି ୪୩ ଲକ୍ଷ ଟଙ୍କା ଖର୍ଚ୍ଚ ହେବ। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। 

ରାଜ୍ୟର ଘରୋଇ ତଥା ଅଣ ଅନୁଦାନପ୍ରାପ୍ତ ଓଡିଆ ମାଧ୍ୟମ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ପରି ମାଗଣା ପାଠ୍ୟପୁସ୍ତକ ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । 5T ଉପକ୍ରମରେ ଏହି ଯୋଜନା ହାତକୁ ନିଆଯାଇଛି।

Advertisment

ଆଗାମୀ ଶିକ୍ଷାବର୍ଷ ୨୦୨୪-୨୫ରୁ ଏହି ଯୋଜନା କାର୍ଯ୍ୟକାରୀ କରାଯିବ। ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନଙ୍କୁ ମାଗଣା ପାଠ୍ୟପୁସ୍ତକ ରାଜ୍ୟ ସରକାର ଯୋଗାଇ ଦେବେ। 

ସୂଚନାଯୋଗ୍ୟ ଯେ, ଘରୋଇ ଓଡିଆ ମାଧ୍ୟମ ବିଦ୍ୟାଳୟମାନଙ୍କରେ ପାଠ ପଢୁଥିବା ପିଲାମାନେ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷାରେ ଉତ୍ତମ ପ୍ରଦର୍ଶନ କରିବା ସହିତ ବିଭିନ୍ନ କ୍ଷେତ୍ରରେ ସେମାନଙ୍କର ଦକ୍ଷତା ମଧ୍ୟ ପ୍ରତିପାଦନ କରିଆସୁଛନ୍ତି। ରାଜ୍ୟ ସରକାର ରାଜ୍ୟର ସମସ୍ତ ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ମାଗଣା ପାଠ୍ୟପୁସ୍ତକ ଯୋଗାଇବା ସହ ପଶ୍ଚିମବଙ୍ଗ, ଝାଡଖଣ୍ଡ, ଆନ୍ଧ୍ରପ୍ରଦେଶ ଓ ଗୁଜୁରାଟ ଆଦି ରାଜ୍ୟମାନଙ୍କରେ ଥିବା ଓଡିଆ ପିଲାମାନଙ୍କୁ ମାଗଣାରେ ପାଠ୍ୟପୁସ୍ତକ ଯୋଗାଇଆସୁଛନ୍ତି।

Schools
Advertisment
Advertisment