• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

ମେ ତୃତୀୟ ସପ୍ତାହରେ ବାହାରିପାରେ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ଏଥିସହ ମେ ଶେଷ ସପ୍ତାହରେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇପାରେ । ବର୍ତ୍ତମାନ ସୁଦ୍ଧା ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷା ଫଳ ବାହାରିବା ନେଇ ତାରିଖ ଧାର୍ଯ୍ୟ ହୋଇନାହିଁ । ଖୁବ ଶୀଘ୍ର ଏନେଇ ତାରିଖ ଘୋଷଣା କରାଯିବ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି ।

ସୂଚନାଯୋଗ୍ୟ ଏପ୍ରିଲ ୩ ତାରିଖରୁ ଖାତାଦେଖା ଆରମ୍ଭ ହୋଇଥିଲା । ରାଜ୍ୟର ୫୬ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖିଥିଲେ ଶିକ୍ଷକ, ଶିକ୍ଷୟିତ୍ରୀ । ଏଥିପାଇଁ ମୂଲ୍ୟାୟନ କେନ୍ଦ୍ର ଗୁଡ଼ିକରେ କାର୍ଯ୍ୟରେ ଶିକ୍ଷକ, ଶିକ୍ଷୟିତ୍ରୀ ଯୋଗ ଦେଇଥିଲେ । ଖାତାଦେଖାରେ ପ୍ରାୟ ୧୩ ହଜାର ଶିକ୍ଷକ, ଶିକ୍ଷୟିତ୍ରୀ ନିୟୋଜିତ ରହିଥିଲେ ।

ଚଳିତବର୍ଷ ୫ ଲକ୍ଷ ୪୧ ହଜାର ୨୪୭ ପରୀକ୍ଷାର୍ଥୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ପାଇଁ ଫର୍ମ ପିଲିଫ କରିଥିଲେ । ମୋଟ ୩ ହଜାର ୨୧୮ ପରୀକ୍ଷା କେନ୍ଦ୍ର ହୋଇଥିଲା । ୩୧୬ଟି ନୋଡାଲ ସେଣ୍ଟର ବୋର୍ଡ ପକ୍ଷରୁ କରାଯାଇଥିଲେ । ମାଓ ପ୍ରଭାବିତ ଅଞ୍ଚଳରେ ୨୨ଟି ଥାନାରେ ନୋଡାଲ ସେଣ୍ଟର କରାଯାଇଥିଲା । ସେହିପରି ପରୀକ୍ଷାରେ କପି ରୋକିବାକୁ ବୋର୍ଡ ପକ୍ଷରୁ ସବୁ ପ୍ରକାର ବ୍ୟବସ୍ଥା କରାଯାଇଥିଲା ।