Advertisment

ଆଜିଠୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ୮୦ଟି କେନ୍ଦ୍ରରେ ଚାଲିଛି ପରୀକ୍ଷା...

ଆଜିଠାରୁ ଆରମ୍ଭ ହେଉଛି ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା। ମାଟ୍ରିକରେ ୧,୩୧୧ ଛାତ୍ରଛାତ୍ରୀ ସପ୍ଲିମେଣ୍ଟାରୀ ପରୀକ୍ଷା ଦେଉଛନ୍ତି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Matric Supplementary Exam 2023

Matric Supplementary Exam Begins From Today

ଆଜିଠାରୁ ଆରମ୍ଭ ହେଉଛି ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା। ମାଟ୍ରିକ ପରୀକ୍ଷା ସହ ଷ୍ଟେଟ ଓପନ୍‌ ସ୍କୁଲ ପରୀକ୍ଷା ମଧ୍ୟ ଚାଲିଛି। ସାରା ରାଜ୍ୟରେ ୮୦ଟି କେନ୍ଦ୍ରରେ ଏହି ପରୀକ୍ଷା ଅନୁଷ୍ଠିତ ହେଉଛି। ଆଜିଠାରୁ ଆରମ୍ଭ ହୋଇ ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ଚାଲିବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା। 

Advertisment

ଛାତ୍ରଛାତ୍ରୀ ଯେଉଁମାନେ ମାଟ୍ରିକ ପରୀକ୍ଷାରେ ଫେଲ୍‌ ହୋଇଥିଲେ କିମ୍ବା କୌଣସି କାରଣରୁ ପରୀକ୍ଷା ଦେଇପାରିନଥିଲେ ସେମାନେ ଏହି ପରୀକ୍ଷା ଦେବାକୁ ସୁଯୋଗ ପାଇଛନ୍ତି। ପୂର୍ବରୁ ପରୀକ୍ଷା ଦେଉଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ସେମାନଙ୍କ ଆଡମିଟ୍ କାର୍ଡ ସଂଗ୍ରହ କରିବାକୁ ମାଟ୍ରିକ ବୋର୍ଡ ପକ୍ଷରୁ କୁହାଯାଇଥିଲା ।

ମାଟ୍ରିକରେ ୧,୩୧୧ ଛାତ୍ରଛାତ୍ରୀ ସପ୍ଲିମେଣ୍ଟାରୀ ପରୀକ୍ଷା ଦେଉଛନ୍ତି। ସେହିପରି ୮ ହଜାର ୯ ଶହରୁ ଅଧିକ ଛାତ୍ରଛାତ୍ରୀ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଦେଉଛନ୍ତି। ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଛାତ୍ରଛାତ୍ରୀଙ୍କୁ ସିଧା ଯୁକ୍ତ ଦୁଇରେ ନାମ ଲେଖାଇବାକୁ ସୁଯୋଗ ମିଳିବ।

Advertisment
Matric Exam Matric Supplementary Exam Supplementary Exam
Advertisment
Advertisment