• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

ଜୁଲାଇ ୩ରୁ ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା । ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ତାରିଖ ଘୋଷଣା ପରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଏକ ନୂଆ ଆଶା ସଞ୍ଚାର ହୋଇଛି । ଯେଉଁମାନେ ମାଟ୍ରିକ ପରୀକ୍ଷାରେ ଫେଲ୍ ହୋଇଛନ୍ତି, ସେମାନେ ପୁଣି ପରୀକ୍ଷା ଦେଇ ପାସ୍ କରିପାରିବେ । ଏଥିପାଇଁ ୨୬ରୁ ଜୁନ୍ ୧ ତାରିଖ ପର୍ଯ୍ୟନ୍ତ ଫର୍ମ ଫିଲ୍ଅପ୍ ପ୍ରକ୍ରିୟା ଜାରି ରହିବ । ପରେ ଜୁଲାଇ ୩ ତାରିଖରୁ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ ହେବ । ଏହି ପରୀକ୍ଷା ଜୁଲାଇ ୩ରୁ ଜୁଲାଇ ୮ ପର୍ଯ୍ୟନ୍ତ ଚାଲିବ ।

ଅଧିକ ପଢ଼ନ୍ତୁ: ବଦଳିଲା ମାଟ୍ରିକ ପରୀକ୍ଷା ଢାଞ୍ଚା, ଆଉ ହେବନି ସମ୍ମେଟିଭ ପରୀକ୍ଷା

ଅନ୍ୟପଟେ ଆଜି ଆଉ ଏକ ବଡ଼ ଘୋଷଣା କରାଯାଇଛି । କୁହାଯାଇଛି ଆଗକୁ ବଦଳିବ ମାଟ୍ରିକ ପରୀକ୍ଷା ଢାଞ୍ଚା । ପୂର୍ବ ପରି ବର୍ଷ ଶେଷକୁ ଗୋଟିଏ ବୋର୍ଡ ପରୀକ୍ଷା ହେବ । ପ୍ରେସମିଟରେ ବୋର୍ଡ ସଭାପତି ରାମାଶିଷ ହାଜରାଙ୍କ ସୂଚନା ଦେଇଛନ୍ତି । ପୂର୍ବରୁ ହେଉଥିବା ୨ଟି ସମ୍ମେଟିଭ ପରୀକ୍ଷା ଆଉ ହେବନାହିଁ । ଏବେ କେବଳ ଦଶମରେ ବାର୍ଷିକ ପରୀକ୍ଷା ହିଁ ହେବ । ପୂର୍ବରୁ ହେଉଥିବା ଇଣ୍ଟରନାଲ୍ ଆସେସମେଣ୍ଟ ପରୀକ୍ଷା ଚାଲୁ ରହିବ । ଇଣ୍ଟରନାଲ ଆସେସମେଣ୍ଟ ପରୀକ୍ଷା ୪ଟି କ୍ୱାର୍ଟରରେ ହେବ ।

ନବମ ପାଇଁ ବାର୍ଷିକ ପରୀକ୍ଷା ହେବ, ବୋର୍ଡ ପ୍ରଶ୍ନପତ୍ର ଯୋଗାଇବ । କରୋନା ପାଇଁ ସମେଟିଭ ବ୍ୟବସ୍ଥା ହୋଇଥିଲା । କରୋନା ପରେ ପୁଣି ପୁରୁଣା ପରୀକ୍ଷା ପଦ୍ଧତିରେ ପରୀକ୍ଷା କରିବା ଲାଗି ବୋର୍ଡ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି ।