ଛାତ୍ର ସଂସଦ ନିର୍ବାଚନ ବନ୍ଦକୁ ନେଇ ତାତିଲା କଂଗ୍ରେସ। ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀଙ୍କ ବାସଭବନ ଘେରିବା ସହ ଅଣ୍ଡାମାଡ଼ କଲା ଛାତ୍ର କଂଗ୍ରେସ। ଛାତ୍ର ସଂସଦ ନିର୍ବାଚନ କରିବା ଦାବିରେ ଛାତ୍ର କଂଗ୍ରେସ ଏହି ବିକ୍ଷୋଭ କରିଛି।
ଏ ବର୍ଷ ବି ହେବନି ଛାତ୍ର ସଂସଦ ନିର୍ବାଚନ । କ୍ରମାଗତ ଷଷ୍ଠ ଥର ପାଇଁ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟ କ୍ୟାମ୍ପସରେ ନିର୍ବାଚନ ନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶିତ ବାର୍ଷିକ ଶିକ୍ଷା କ୍ୟାଲେଣ୍ଡରରେ ଛାତ୍ର ସଂସଦ ନିର୍ବାଚନ କଥା ଉଲ୍ଲେଖ ନାହିଁ।
ସୂଚନାଯୋଗ୍ୟ, ବାତ୍ୟା ତିତିଲି ପାଇଁ ୨୦୧୮ରେ ଅଧାରୁ ଛାତ୍ର ସଂସଦ ନିର୍ବାଚନ ବନ୍ଦ ହୋଇଥିଲା । ତା’ପରେ ନିର୍ବାଚନ ଯୋଗୁ କ୍ୟାମ୍ପସରେ ଅଶାନ୍ତି ସୃଷ୍ଟି ହେଉଥିବା ନେଇ ୨୦୧୯ରେ ବିଶ୍ୱ ବିଦ୍ୟାଳୟ କୁଳପତି, ସରକାରୀ ଡିଗ୍ରି କଲେଜ, ଅନୁଦାନପ୍ରାପ୍ତ ବେସରକାରୀ କଲେଜ ଅଧ୍ୟକ୍ଷମାନେ ଛାତ୍ର ସଂସଦ ନିର୍ବାଚନ ନକରିବାକୁ ସ୍ଥିର ହୋଇଥିଲା ।