Advertisment

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବାସଭବନ ଘେରିବା ସହ ଅଣ୍ଡାମାଡ଼ କଲା ଛାତ୍ର କଂଗ୍ରେସ

ଛାତ୍ର ସଂସଦ ନିର୍ବାଚନ ବନ୍ଦକୁ ନେଇ ତାତିଲା କଂଗ୍ରେସ। ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀଙ୍କ ବାସଭବନ ଘେରିବା ସହ ଅଣ୍ଡାମାଡ଼ କଲା ଛାତ୍ର କଂଗ୍ରେସ।

ଅଦ୍ୟତନ ହୋଇଛି
Members of Congress student wing gherao residence of Higher Education Minister

Members of Congress student wing gherao residence of Higher Education Minister

Advertisment

ଛାତ୍ର ସଂସଦ ନିର୍ବାଚନ ବନ୍ଦକୁ ନେଇ ତାତିଲା କଂଗ୍ରେସ। ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀଙ୍କ ବାସଭବନ ଘେରିବା ସହ ଅଣ୍ଡାମାଡ଼ କଲା ଛାତ୍ର କଂଗ୍ରେସ। ଛାତ୍ର ସଂସଦ ନିର୍ବାଚନ କରିବା ଦାବିରେ ଛାତ୍ର କଂଗ୍ରେସ ଏହି ବିକ୍ଷୋଭ କରିଛି।

Advertisment

ଏ ବର୍ଷ ବି ହେବନି ଛାତ୍ର ସଂସଦ ନିର୍ବାଚନ । କ୍ରମାଗତ ଷଷ୍ଠ ଥର ପାଇଁ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟ କ୍ୟାମ୍ପସରେ ନିର୍ବାଚନ ନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶିତ ବାର୍ଷିକ ଶିକ୍ଷା କ୍ୟାଲେଣ୍ଡରରେ ଛାତ୍ର ସଂସଦ ନିର୍ବାଚନ କଥା ଉଲ୍ଲେଖ ନାହିଁ।

ସୂଚନାଯୋଗ୍ୟ, ବାତ୍ୟା ତିତିଲି ପାଇଁ ୨୦୧୮ରେ ଅଧାରୁ ଛାତ୍ର ସଂସଦ ନିର୍ବାଚନ ବନ୍ଦ ହୋଇଥିଲା । ତା’ପରେ ନିର୍ବାଚନ ଯୋଗୁ କ୍ୟାମ୍ପସରେ ଅଶାନ୍ତି ସୃଷ୍ଟି ହେଉଥିବା ନେଇ ୨୦୧୯ରେ ବିଶ୍ୱ ବିଦ୍ୟାଳୟ କୁଳପତି, ସରକାରୀ ଡିଗ୍ରି କଲେଜ, ଅନୁଦାନପ୍ରାପ୍ତ ବେସରକାରୀ କଲେଜ ଅଧ୍ୟକ୍ଷମାନେ ଛାତ୍ର ସଂସଦ ନିର୍ବାଚନ ନକରିବାକୁ ସ୍ଥିର ହୋଇଥିଲା ।

Advertisment
Congress
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ