Morning Classes Begin For Students In Odisha
ଆଜିଠୁ ଆରମ୍ଭ ହୋଇଛି ସକାଳୁଆ ସ୍କୁଲ୍। ସକାଳୁ ସକାଳୁ ଛାତ୍ରଛାତ୍ରୀମାନେ ସ୍କୁଲ୍ ଯାଇଥିବା ଦେଖିବାକୁ ମିଳିଛି। ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁବିଧା ପାଇଁ ସକାଳୁଆ ସ୍କୁଲ୍ କରାଯାଇଛି।
Advertisment
ସକାଳ ୬ଟା ୩୦ରୁ ୧୦ଟା ୩୦ ପର୍ଯ୍ୟନ୍ତ ପ୍ରଥମରୁ ଅଷ୍ଟମ ଶ୍ରେଣୀ କ୍ଲାସ୍ ଓ ସକାଳ ୭ଟାରୁ ୧୧ଟା ୩୦ ପର୍ଯ୍ୟନ୍ତ ନବମରୁ ଦ୍ୱାଦଶ ଶ୍ରେଣୀ କ୍ଲାସ ହେବ।
ଗତ କିଛି ଦିନ ହେଲାଣି ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି। ତେଣୁ ଛାତ୍ରଛାତ୍ରୀଙ୍କ ସୁବିଧା ଓ ସୁରକ୍ଷାକୁ ଦୃଷ୍ଟିରେ ରଖି ଆଜିଠୁ ସକାଳୁଆ ସ୍କୁଲ୍ ପାଇଁ ନିଷ୍ପତ୍ତି ନିଆଯାଇଛି। ସକାଳୁ ପ୍ରାର୍ଥନା, ବ୍ୟାୟମ ପରେ ଛାତ୍ରଛାତ୍ରୀ କ୍ଲାସ୍ କରିଛନ୍ତି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)