Advertisment

National Education Policy 2020: ଆହୁରି ସୁଦୃଢ଼ ହେବ ଶିକ୍ଷା ବ୍ୟବସ୍ଥା; ଜାତୀୟ ଶିକ୍ଷା ନୀତି -୨୦୨୦ ଲାଗୁ ପାଇଁ ବିଜ୍ଞପ୍ତି

ଜାତୀୟ ଶିକ୍ଷା ନୀତି (NEP)- ୨୦୨୦ ଲାଗୁ ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି ଗଣଶିକ୍ଷା ବିଭାଗ । ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଏହି ନିଷ୍ପତ୍ତି ନିଆଯାଇଛି। ଆଞ୍ଚଳିକ ବିଷୟବସ୍ତୁକୁ ବିଚାରକୁ ନେଇ କରିକୁଲମ୍‌ ପ୍ରସ୍ତୁତି କରାଯିବ।

National Education Policy 2020 to be Implemented in Odisha

National Education Policy 2020 to be Implemented in Odisha

Advertisment

ଚଳିତ ଶିକ୍ଷାବର୍ଷରୁ ଲାଗୁ ହେବ ଜାତୀୟ ଶିକ୍ଷା ନୀତି । ଜାତୀୟ ଶିକ୍ଷା ନୀତି (NEP)- ୨୦୨୦ ଲାଗୁ ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି ଗଣଶିକ୍ଷା ବିଭାଗ । ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଏହି ନିଷ୍ପତ୍ତି ନିଆଯାଇଛି। ଆଞ୍ଚଳିକ ବିଷୟବସ୍ତୁକୁ ବିଚାରକୁ ନେଇ କରିକୁଲମ୍‌ ପ୍ରସ୍ତୁତି କରାଯିବ। ସମସ୍ତ ସରକାରୀ ବିଶ୍ବବିଦ୍ୟାଳୟ ଓ ଅନୁବନ୍ଧିତ ମହାବିଦ୍ୟାଳୟରେ ଏହି ନୂଆ ଶିକ୍ଷା ଲାଗୁ ହେବ।

Advertisment

ନୂତନ ଶିକ୍ଷାନୀତି ୨୦୨୦ ଅନୁସାରେ ଓଡ଼ିଶାରେ ୪ ବର୍ଷର ସ୍ନାତକ ବା ଗ୍ରାଜୁଏସoନ୍ କୋର୍ସ ଆରମ୍ଭ ହେବ । ପ୍ରତି ଶିକ୍ଷା ବର୍ଷ ପରେ ଯୋଗ୍ୟ ଛାତ୍ରଛାତ୍ରୀଙ୍କୁ ସାର୍ଟିଫିକେଟ, ଡିପ୍ଲୋମା, ଡିଗ୍ରୀ ଓ ଡିଗ୍ରୀ ଅନର୍ସ ପ୍ରଦାନ କରାଯିବ । କମ୍ୟୁନିଟି ସର୍ଭିସ ଓ ଅନ୍ୟାନ୍ୟ ପାଠ୍ୟକ୍ରମ ବହିର୍ଭୂତ କାର୍ଯ୍ୟକଳାପ, ଏନ.ସି.ସି. ଏନ.ଏସ.ଏସ ପାଇଁ ମଧ୍ୟ କ୍ରେଡିଟ୍‌ ପ୍ରଦାନ କରାଯିବ । ଏହା ଦ୍ୱାରା ଛାତ୍ରଛାତ୍ରୀ ନିଜ ଇଚ୍ଛାରେ ବିଷୟ ଚୟନ କରିପାରିବେ । ଏକାଧିକ ଥର ପାଇଁ ଉଚ୍ଚଶିକ୍ଷା ଅନୁଷ୍ଠାନରେ ପ୍ରବେଶ ଓ ପ୍ରସ୍ଥାନ କରିବେ ।

ଏହା ସହିତ ୭ ବର୍ଷରେ ତାଙ୍କର ଡିଗ୍ରୀ କୋର୍ସ ସମ୍ପୂର୍ଣ୍ଣ କରିପାରିବେ । ନୂଆ ଶିକ୍ଷାନୀତିରେ ଗବେଷଣା ଓ ପ୍ରାକ୍ଟିକାଲକୁ ମଧ୍ୟ ଗୁରୁତ୍ବ ଦିଆଯାଇଛି ।‘ନୂତନ ଶିକ୍ଷା ନୀତି- ୨୦୨୦’ ଅନୁସାରେ ଓଡିଶାର ଉଚ୍ଚଶିକ୍ଷା ବ୍ୟବସ୍ଥାକୁ ଅଧିକ ଗୁଣାତ୍ମକ, ସ୍ୱାୟତ୍ତ ଏବଂ ସମାବେଶୀ କରିବାକୁ ପଦକ୍ଷେପ ନିଆଯାଇଛି । ପାଠ୍ୟକ୍ରମକୁ ଅଧିକ ରୋଜଗାର ଭିତ୍ତିକ ଏବଂ ଶିଳ୍ପ ଆବଶ୍ୟକତା ଅନୁଯାୟୀ କରାଯିବ । ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ବିଶ୍ୱବିଦ୍ୟାଳୟ ଗୁଡିକ ନୂତନ ସିଲାବସ ଓ କ୍ରେଡିଟ ଫ୍ରେମୱର୍କ ଅନୁଯାୟୀ ଜାତୀୟ ଶିକ୍ଷାନୀତି ଲାଗୁ କରିପାରିବେ ।

Advertisment

ଅଧିକ ପଢନ୍ତୁ: ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀର; ପାଇଲଟ୍ ପ୍ରୋଜେକ୍ଟ ଭାବେ ଏହି ଜିଲ୍ଲାରେ ଲାଗୁ...

Odisha National Education Policy Mohan Majhi
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ