New Academic Session To Begin From May 1
ଏଣିକି ୧୦୦% ସିଲାବସ୍ରେ ହେବ ପାଠପଢ଼ା। ମେ’ ପହିଲାରୁ ନୂତନ ଶିକ୍ଷାବର୍ଷ ଆରମ୍ଭ ହେବ। ନୂଆ ଶିକ୍ଷାବର୍ଷରୁ ନବମ ଓ ଦଶମ ଶ୍ରେଣୀ ପାଇଁ ପ୍ରାକ୍ଟିକାଲ ପରୀକ୍ଷା ହେବ। ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।
ନୂଆ ଶିକ୍ଷାବର୍ଷ ନେଇ ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି, ଶତ ପ୍ରତିଶତ କୋର୍ସରେ ପାଠପଢ଼ା ହେବ। ପୂର୍ବରୁ ସ୍ଥିତିକୁ ଦୃଷ୍ଟିରେ ରଖି ୩୦% ସିଲାବସ୍ କଟା ଯାଇଥିଲା। ମହାମାରୀ ପ୍ରଭାବ ନଥିବାରୁ ପୂର୍ବ ଭଳି ପରୀକ୍ଷା କରିବାକୁ CBSE ନିଷ୍ପତ୍ତି ନେଇଛି। ଆମେ ମଧ୍ୟ ଏ ବିଷୟ ନେଇ ଚିନ୍ତା କରୁଛୁ। ନବମ ଓ ଦଶମରେ ପ୍ରାକ୍ଟିକାଲ ପରୀକ୍ଷା କଥା ବି ଚିନ୍ତା କରାଯାଇଛି।
ଜୁନ୍ ୬ରୁ ୧୬ ପର୍ଯ୍ୟନ୍ତ ସ୍କୁଲ୍ରେ ଖରାଛୁଟି ଘୋଷଣା ହୋଇଛି। ବର୍ତ୍ତମାନ ଭଳି ସକାଳୁଆ ସ୍କୁଲ୍ ଚାଲୁ ରହିବ ଓ ଏଥିପାଇଁ ସମୟ ସାରଣୀରେ ପରିବର୍ତ୍ତନ କରାଯାଇଛି। ମେ’ ପହିଲାରୁ ଜୁନ୍ ୫ ପର୍ଯ୍ୟନ୍ତ ସକାଳ ୬ଟାରୁ ୯ଟା ଯାଏ ସ୍କୁଲ୍ ଚାଲିବ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/s_1650102183.jpg)