• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ପ୍ରକାଶ ପାଇଲା ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ବିଭାଗର ପରୀକ୍ଷା ଫଳ। ଆଜି ଦିନ ୧୧ଟାରେ ଭୁବନେଶ୍ୱର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଆନୁଷ୍ଠାନିକ ଭାବେ ରେଜଲ୍ଟ ଘୋଷଣା ହୋଇଛି। ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି ରେଜଲ୍ଟ ଘୋଷଣା କରିଛନ୍ତି। ଛାତ୍ରଛାତ୍ରୀମାନେ www. orissaresults.nic.in ୱେବ୍‌ସାଇଟ୍ ଓ ସାମ୍ସ ପୋର୍ଟାଲ୍‌ରୁ ନିଜ ନିଜର ରେଜଲ୍ଟ ଜାଣିପାରିବେ।

ଅଧିକ ପଢ଼ନ୍ତୁ: CHSE +2 ରେଜଲ୍ଟ: ଏଥର ବି ଝିଅ ଆଗରେ

ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ଅପଡେଟ୍‌...

  • ଯୁକ୍ତ ଦୁଇ ବିଜ୍ଞାନରେ ପାସ୍ ହାର ୮୪.୯୩%
  • ଯୁକ୍ତ ଦୁଇ ବାଣିଜ୍ୟରେ ପାସ୍ ହାର ୮୧.୧୨%
  • ବିଜ୍ଞାନରେ ପରୀକ୍ଷା ଦେଇଥିଲେ ୯୩,୭୩୪ ଛାତ୍ରଛାତ୍ରୀ। ସେମାନଙ୍କ ମଧ୍ୟରୁ ୭୮,୯୩୮ ଜଣ ଛାତ୍ରଛାତ୍ରୀ ପାସ୍‌ ହୋଇଛନ୍ତି। ପ୍ରଥମ ଶ୍ରେଣୀରେ ୩୯,୫୭୩ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଥିବା ବେଳେ ଦ୍ୱିତୀୟ ଶ୍ରେଣୀରେ ୨୪,୨୫୭ ଓ ତୃତୀୟ ଶ୍ରେଣୀରେ ୧୪,୮୫୨ ଜଣ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି।
  • ସେହିପରି ବାଣିଜ୍ୟରେ ମୋଟ୍ ପରୀକ୍ଷାର୍ଥୀ ୨୪,୦୮୨। ସେମାନଙ୍କ ମଧ୍ୟରୁ ୧୯,୫୩୬ ଜଣ ଛାତ୍ରଛାତ୍ରୀ ପାସ୍ କରିଛନ୍ତି। ବାଣିଜ୍ୟରେ ୯୩.୯% ରେଜଲ୍ଟ ସହ ନୟାଗଡ଼ ଜିଲ୍ଲା ଆଗରେ ରହିଛଇ। ବାଣିଜ୍ୟରେ ୫୫.୫୫% ରେଜଲ୍ଟ ସହ ସର୍ବନିମ୍ନରେ ବୌଦ୍ଧ।
  • ବିଜ୍ଞାନରେ ୨୯୧ଟି HSCରେ ଶତ ପ୍ରତିଶତ ରେଜଲ୍ଟ
  • ବାଣିଜ୍ୟରେ ୯୪ଟି HSCରେ ଶତପ୍ରତିଶତ ରେଜଲ୍ଟ
  • ଯୁକ୍ତ ଦୁଇ ବିଜ୍ଞାନ, ବାଣିଜ୍ୟରେ ପୁଅଙ୍କୁ ପଛରେ ପକାଇଲେ ଝିଅ
  • ଯୁକ୍ତ ଦୁଇ ବିଜ୍ଞାନରେ ଝିଅଙ୍କ ପାସ୍ ହାର ୮୫.୬୭%
  • ଯୁକ୍ତ ଦୁଇ ବିଜ୍ଞାନରେ ପୁଅଙ୍କ ସଫଳତା ହାର ୮୪.୨୮%
  • ବାଣିଜ୍ୟରେ ୮୩.୮୭% ଝିଅ ପାସ୍, ପୁଅଙ୍କ ପାସ୍ ହାର ୭୯.୫୨%

ସୂଚନାଥାଉ କି, ମାର୍ଚ୍ଚ ୧ରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହୋଇ ଏପ୍ରିଲ ୫ରେ ଶେଷ ହୋଇଥିଲା। ମୋଟ୍‌ ୧୧୪୫ ପରୀକ୍ଷା କେନ୍ଦ୍ରରେ ସାଢେ଼ ୩ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ଏଥିରୁ କଳାରେ ୨ ଲକ୍ଷ ୧୯ ହଜାର ୧୧୦, ବିଜ୍ଞାନରେ ୯୧,୩୭୯, ବାଣିଜ୍ୟରେ ୨୩,୧୪୮ଜଣ ଓ ଧନ୍ଦାମୂଳକ ଶିକ୍ଷାରେ ୫ ହଜାର ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ।

  • Reported by:
  • JAGDISH DAS