/odishatv-khabar/media/post_attachments/uploadimage/library/16_9/16_9_0/IMAGE_1708139425.jpg)
Plus 2 exam
ଆଜିଠୁ ଯୁକ୍ତ ୨ କଳା ଓ ବାଣିଜ୍ୟ ପରୀକ୍ଷା ଆରମ୍ଭ ହେଉଛି । ଚଳିତବର୍ଷ କଳାରେ ମୋଟ୍ ୨ ଲକ୍ଷ ୩୭ ହଜାର ୭୫୦ , ବାଣିଜ୍ୟରେ ୨୬ ହଜାର ୮୯ ଜଣ ପରୀକ୍ଷା ଦେଉଛନ୍ତି । ସେହିଭଳି ଧନ୍ଦାମୂଳକରେ ୫ ହଜାର ୭୯୨ ଜଣ ପରୀକ୍ଷା ଦେଉଛନ୍ତି । ସୋସିଆଲ ମିଡିଆରେ କୌଣସି ଭାଇରାଲ ପ୍ରଶ୍ନପତ୍ରକୁ ବିଶ୍ୱାସ ନକରିବାକୁ ପରାମର୍ଶ ଦେଇଛନ୍ତି CHSE ପରୀକ୍ଷା ନିୟନ୍ତ୍ରକ ଅଶୋକ ନାୟକ । ଆସନ୍ତା ମାର୍ଚ୍ଚ ୨୦ ଯାଏଁ ପରୀକ୍ଷା ଚାଲିବ ।
ପରୀକ୍ଷା କେନ୍ଦ୍ରରେ ସିସିଟିଭିକୁ ଗୁରୁତ୍ୱ ଦିଆଯାଇଛି ଏବଂ ମାଧ୍ୟମିକ ଶିକ୍ଷା ପରିଷଦରେ ଏହାର ଲାଇଭ ଷ୍ଟ୍ରିମିଙ୍ଗ ବ୍ୟବସ୍ଥା ହୋଇଛି । ପରୀକ୍ଷା ଲାଗି ଭିନ୍ନକ୍ଷମମାନଙ୍କୁ ଅଧିକ ଘଣ୍ଟାଏ ସମୟ ମିଳିବ । ସେହିପରି କପି ରୋକିବା ପାଇ ତ୍ରିସ୍ତରୀୟ ସ୍କ୍ୱାର୍ଡ ବ୍ୟବସ୍ଥା ସହ ସବୁ ପରୀକ୍ଷା କେନ୍ଦ୍ରରେ ସିସିଟିଭିର ବ୍ୟବସ୍ଥା କରାଯାଇଛି । ଗତକାଲି ଅର୍ଥାତ୍ ଫେବ୍ରୁଆରୀ ୧୬ରୁ ପରୀକ୍ଷା ଆରମ୍ଭ ହୋଇଥିବାବେଳେ ମାର୍ଚ୍ଚ ୨୦ ଯାଏଁ ଚାଲିବ । ଏନେଇ ପୂର୍ବରୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା କାର୍ଯ୍ୟସୂଚୀ ପ୍ରକାଶ ପାଇଥିଲା ।
ଅନ୍ୟପଟେ ଆଉ ଦୁଇ ଦିନ ପରେ ଆରମ୍ଭ ହେବାକୁ ଯାଉଛି ମାଟ୍ରିକ୍ ପରୀକ୍ଷା । ଫେବ୍ରୁଆରୀ ୨୦ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବା ନେଇ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି । ଫେବ୍ରୁଆରୀ ୨୦ରୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ପରୀକ୍ଷା ହେବ । ପ୍ରଥମ ଦିନରେ ଅର୍ଥାତ୍ ୨୦ ତାରିଖରେ ମାତୃଭାଷା ଓଡ଼ିଆ ପରୀକ୍ଷା ଦେବେ ପରୀକ୍ଷାର୍ଥୀ ।
ପରେ ଫେବ୍ରୁଆରୀ ୨୩ ତାରିଖରେ ଇଂରାଜୀ ପରୀକ୍ଷା ହେବ । ସେହିପରି ୨୬ରେ ଗଣିତ, ୨୮ରେ ହିନ୍ଦୀ/ସଂସ୍କୃତ, ମାର୍ଚ୍ଚ ୨ରେ ବିଜ୍ଞାନ, ୪ରେ ସାମାଜିକ ବିଜ୍ଞାନ ପରୀକ୍ଷା କରାଯିବା ନେଇ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି । ସେହିପରି ୨ହଜାର ୯୯୧ କେନ୍ଦ୍ରରେ ପରୀକ୍ଷା ଦେବେ ୫ ଲକ୍ଷ ୫୧ ହଜାର ୬୧୧ ପରୀକ୍ଷାର୍ଥୀ । ମାର୍ଚ୍ଚ ୧୫ରୁ ମାଟ୍ରିକ ଖାତା ଦେଖା ହେବ ବୋଲି ବୋର୍ଡ ସଭାପତି ସୂଚନା ଦେଇଛନ୍ତି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)