• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Sujit kumar Swain

୨୬ରେ ମାଟ୍ରିକ ରେଜଲ୍ଟ । ୨୬ରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ପ୍ରେସ୍‌ମିଟ କରି ସୂଚନା ଦେଲେ ବୋର୍ଡ ସଭାପତି । ୨୬ ତାରିଖ ସକାଳ ୧୦ଟା ୩୦ରେ ରେଜଲ୍ଟ ପ୍ରକାଶ ପାଇବ । ୧୧ଟା ୩୦ ସୁଦ୍ଧା ୱେବସାଇଟ୍‌ରେ ରେଜଲ୍ଟ ମିଳିବ । ଇଣ୍ଟରନେଟ୍‌ ସୁବିଧା ନ ଥିଲେ ଏସ୍‌ଏମ୍‌ଏସ୍‌ରେ ରେଜଲ୍ଟ ମିଳି ପାରିବ । ଅପରାହ୍ନ ୪ଟା ସୁଦ୍ଧା ଡିଜିଟାଲ ସାର୍ଟିଫିକେଟ୍‌ ଡାଉନଲୋଡ୍‌ କରିହେବ ବୋଲି ସୂଚନା ଦେଇଛନ୍ତି ବୋର୍ଡ ସଭାପତି । 

ଚଳତିବର୍ଷ ୫ ଲକ୍ଷ ୫୧ ହଜାର ୬୧୧ ଜଣ ମାଟ୍ରିକ୍‌, ୭୮୩୧ ଜଣ ମୁକ୍ତ ବିଦ୍ୟାଳୟ ଓ ୩୦୩୭ ଜଣ ମଧ୍ୟମା ପରୀକ୍ଷାର୍ଥୀ ଫର୍ମ ପୂରଣ କରିଥିଲେ । ରାଜ୍ୟର ମୋଟ୍‌ ୩୦୪୭ ପରୀକ୍ଷା କେନ୍ଦ୍ର ଓ ପ୍ରଶ୍ନପତ୍ର ଗଚ୍ଛିତ ପାଇଁ ୩୧୩ ନୋଡାଲ କେନ୍ଦ୍ର ମଧ୍ୟ କରାଯାଇଥିଲା।

ଅଧିକ ପଢ଼ନ୍ତୁ: କାହିଁକି ବିଳମ୍ବ ହେଉଛି ମାଟ୍ରିକ ରେଜଲ୍ଟ ?

ସେହିପରି ୨୬ ତାରିଖ ଅପରାହ୍ନରେ ପ୍ରକାଶ ପାଇବ ଯୁକ୍ତ ୨ ରେଜଲ୍ଟ। ଏକାସାଙ୍ଗରେ କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ପରୀକ୍ଷାର ରେଜଲ୍ଟ ପ୍ରକାଶ ପାଇବ ବୋଲି ସିଏଚ୍‌ଏସ୍‌ଇ ପକ୍ଷରୁ ସୂଚନା ମିଳିଛି। www.orissaresults.nic.inରେ ଲଗ୍‌ ଇନ୍‌ କରି ଛାତ୍ରୀଛାତ୍ର ସେମାନଙ୍କ ରେଜଲ୍ଟ ଦେଖିପାରିବେ।

ସୂଚନାଯୋଗ୍ୟ ଚଳିତବର୍ଷ ୩ ଲକ୍ଷ ୮୬ ହଜାର ୨୫୦ ଜଣ ପରୀକ୍ଷାର୍ଥୀ ଯୁକ୍ତ ୨ ପରୀକ୍ଷା ଦେଇଛନ୍ତି। ଏମାନଙ୍କ ମଧ୍ୟରେ ୩ ଲକ୍ଷ ୬୦ ହଜାର ୧୯୮ ଜଣ ରେଗୁଲାର ଏବଂ ୨୬ ହଜାର ୫୨ ଜଣ ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଅଛନ୍ତି। କଳା ବିଭାଗରେ ୨ ଲକ୍ଷ ୩୭ ହଜାର ୭୫୦ଜଣ ପରୀକ୍ଷାର୍ଥୀ ଥିବାବେଳେ ବିଜ୍ଞାନରେ ୧ ଲକ୍ଷ ୧୬ ହଜାର ୬୨୦, ବାଣିଜ୍ୟରେ ୨୬ ହଜାର ୮୯ ଜଣ ଓ ଧନ୍ଦାମୂଳକରେ ୫ହଜାର ୭୯୧ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି। ମୋଟ ଛାତ୍ରଙ୍କ ମଧ୍ୟରୁ ୧ ଲକ୍ଷ ୯୯ ହଜାର ୩୬୧ଜଣ ଛାତ୍ରୀ ଥିବାବେଳେ ଛାତ୍ରଙ୍କ ସଂଖ୍ୟା ୧ ଲକ୍ଷ ୮୬ ହଜାର ୮୮୯ ରହିଛି।

ଅଧିକ ପଢ଼ନ୍ତୁ: ଆଶ୍ଚର୍ଯ୍ୟ ! ମାଟ୍ରିକ୍‌ରେ ରଖିଛନ୍ତି ୯୯.୫%, କିନ୍ତୁ ପଢ଼ି ପାରୁନାହାଁନ୍ତି ଅକ୍ଷର...

Rephrase with Ginger (Ctrl+Alt+E)

OTV is now on Whatsapp

Join and get latest news update delivered to you via whatsapp

Join Now