/odishatv-khabar/media/post_attachments/uploadimage/library/16_9/16_9_0/IMAGE_1684217381.jpg)
Odisha Matric Results
ଆସନ୍ତା ୧୮ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ଷ୍ଟେଟ ଓପନ୍ ସ୍କୁଲ ଓ ମଧ୍ୟମା ରେଜଲ୍ଟ ମଧ୍ୟ ୧୮ରେ ପ୍ରକାଶ ପାଇବା ନେଇ ସୂଚନା ଦିଆଯାଇଛି । ୧୮ ତାରିଖ ଦିନ ୧୦ଟା ବେଳେ ରେଜଲ୍ଟ ପ୍ରକାଶ ପାଇବ ବୋଲି କଟକ ବୋର୍ଡ ଅଫିସ୍ ପକ୍ଷରୁ ସୂଚନା ଦିଆଯାଇଛି । ଦିନ ୧୨ଟା ସୁଦ୍ଧା ଛାତ୍ରଛାତ୍ରୀ ସେମାନଙ୍କର ରେଜଲ୍ଟ ଜାଣିପାରିବେ ।
#୧୮_ତାରିଖରେ_ମାଟ୍ରିକ_ରେଜଲ୍ଟ
ଆସନ୍ତା ୧୮ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ୧୮ ତାରିଖ ଦିନ ୧୦ଟା ବେଳେ ପ୍ରକାଶ ପାଇବ ରେଜଲ୍ଟ । ଷ୍ଟେଟ ଓପନ୍ ସ୍କୁଲ ଓ ମଧ୍ୟମା ରେଜଲ୍ଟ ମଧ୍ୟ ୧୮ରେ ପ୍ରକାଶ ପାଇବ । ଦିନ ୧୨ଟା ସୁଦ୍ଧା ଛାତ୍ରଛାତ୍ରୀ ସେମାନଙ୍କର ରେଜଲ୍ଟ ଜାଣିପାରିବେ#MatricResult#OTVpic.twitter.com/VoQC0Uor2h— ଓଟିଭି (@otvkhabar) May 16, 2023
ଏ ବର୍ଷ ୫ ଲକ୍ଷ ୪୧ ହଜାର ପିଲା ପରୀକ୍ଷା ଦେଇଛନ୍ତି । ମାର୍ଚ୍ଚ ୧୦ରୁ ପରୀକ୍ଷା ଆରମ୍ଭ ହୋଇ ୨୦ ତାରିଖରେ ଶେଷ ହୋଇଥିଲା । ସୁପରିଚାଳନା ପାଇଁ ୩୧୬ଟି ନୋଡାଲ ସେଣ୍ଟର ଓ ୩୨୧୮ଟି ପରୀକ୍ଷା କେନ୍ଦ୍ର କରାଯାଇଥିଲା । ଗତ ବର୍ଷ ପାସ୍ ହାର ଥିଲା ୯୦ ଦଶମିକ ପାଞ୍ଚ ପାଞ୍ଚ ପ୍ରତିଶତ ।
ମେ’ ତୃତୀୟ ସପ୍ତାହରେ ମାଟ୍ରିକ ରେଜଲ୍ଟ ବାହାରିବା ନେଇ କୁହାଯାଉଥିଲା । ଏନେଇ ସୂଚନା ଦେଇଥିଲେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ଏଥିସହ ମେ’ ଶେଷ ସପ୍ତାହରେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇପାରେ । ସୂଚନାଯୋଗ୍ୟ ଏପ୍ରିଲ ୩ ତାରିଖରୁ ଖାତାଦେଖା ଆରମ୍ଭ ହୋଇଥିଲା । ରାଜ୍ୟର ୫୬ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖିଥିଲେ ଶିକ୍ଷକ, ଶିକ୍ଷୟିତ୍ରୀ । ଏଥିପାଇଁ ମୂଲ୍ୟାୟନ କେନ୍ଦ୍ର ଗୁଡ଼ିକରେ କାର୍ଯ୍ୟରେ ଶିକ୍ଷକ, ଶିକ୍ଷୟିତ୍ରୀ ଯୋଗ ଦେଇଥିଲେ । ଖାତାଦେଖାରେ ପ୍ରାୟ ୧୩ ହଜାର ଶିକ୍ଷକ, ଶିକ୍ଷୟିତ୍ରୀ ନିୟୋଜିତ ରହିଥିଲେ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)