Advertisment

କେବେ ବାହାରିବ ମାଟ୍ରିକ ରେଜଲ୍ଟ ? ପ୍ରତିକ୍ରିୟା ରଖିଲେ ଗଣଶିକ୍ଷା ମନ୍ତ୍ରୀ...

ମେ’ ୨୧ରେ ମାଟ୍ରିକ ଖାତା ମୂଲ୍ୟାୟନ ପ୍ରକ୍ରିୟା ଆରମ୍ଭ ହୋଇଥିଲା।ଦଶମ ଶ୍ରେଣୀ ସହିତ ଏସ୍ଓସ୍ ଓ ମଧ୍ୟମା ପରୀକ୍ଷାର ଖାତା ମୂଲ୍ୟାୟନ କରାଯାଇଥିଲା। ରାଜ୍ୟର ମୋଟ୍‌ ୫୮ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖା ହୋଇଥିଲା।

author-image
Rajalaxmi Sahoo
Odisha BSE Matric examination results to be announced in June last week

Odisha BSE Matric examination results to be announced in June last week

ଚଳିତ ଜୁନ୍‌ ଶେଷ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ। ଏନେଇ ସ୍କୁଲ୍‌ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ମାଟ୍ରିକ ଖାତା ଦେଖା ଶେଷ ହୋଇଥିବା ବେଳେ ରେଜଲ୍ଟ ନେଇ ପ୍ରକ୍ରିୟା ଚାଲିଛି ବୋଲି ମନ୍ତ୍ରୀ କହିଛନ୍ତି।

Advertisment

ମେ’ ୨୧ରେ ମାଟ୍ରିକ ଖାତା ମୂଲ୍ୟାୟନ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଦଶମ ଶ୍ରେଣୀ ସହିତ ଏସ୍ଓସ୍ ଓ ମଧ୍ୟମା ପରୀକ୍ଷାର ଖାତା ମୂଲ୍ୟାୟନ କରାଯାଇଥିଲା। ରାଜ୍ୟର ମୋଟ୍‌ ୫୮ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖା ହୋଇଥିଲା। ଖାତା ଦେଖା ପାଇଁ ୪୮୧ ଜଣ ମୁଖ୍ୟ ପରୀକ୍ଷକଙ୍କ ସହ ୯୦୦ ଜଣ ଉପ ପରୀକ୍ଷକ, ୮୯୧୯ ଜଣ ସହକାରୀ ପରୀକ୍ଷକ ଓ ୯୩୦ ଜଣ ସ୍କୃଟିନାଇଜରଙ୍କୁ ନିୟୋଜିତ କରାଯାଇଥିଲା। 

ରିପୋର୍ଟ ଅନୁସାରେ, ୪୩ ହଜାର ୪୮୯ ପିଲା ମାଟ୍ରିକ ପରୀକ୍ଷା ଦେଇ ନାହାନ୍ତି। ଏତେ ସଂଖ୍ୟକ ପିଲା ମାଟ୍ରିକ ପରୀକ୍ଷା ନଦେବା ଅତ୍ୟନ୍ତ ଚିନ୍ତାର ବିଷୟ। ତେବେ ଏହାର କାରଣ କ’ଣ ହୋଇପାରେ ସେନେଇ ରିପୋର୍ଟ ଦେବାକୁ କୁହାଯାଇଥିଲା। 

Advertisment

ଅନ୍ୟପକ୍ଷେ, ମାଟ୍ରିକ ପରୀକ୍ଷାରେ ପ୍ରାୟ ୪୩ ହଜାର ପିଲା ଅନୁପସ୍ଥିତ ରହିବା ପ୍ରସଙ୍ଗରେ ଗଣଶିକ୍ଷା ମନ୍ତ୍ରୀ ସ୍ପଷ୍ଟୀକରଣ ଦେଇଥିଲେ। ମନ୍ତ୍ରୀ ସମୀର ଦାଶ କହିଥିଲେ, କୋଭିଡ୍ ହେତୁ ସବୁ ପିଲାଙ୍କ ଫର୍ମ ଫିଲପ୍ ଫି’ ସରକାର ଛାଡ୍‌ କରିଥିଲେ। ଅଷ୍ଟମରୁ ଦଶମ ପର୍ଯ୍ୟନ୍ତ ପିଲା ସିଧାସଳଖ ଯାଇଥିବାରୁ ସମସ୍ତଙ୍କ ଫର୍ମ ଫିଲପ ହୋଇଥିଲା। 

Odisha Matric Exam Matric Exam Matric Exam Results
Advertisment
Advertisment