ଶିକ୍ଷକଙ୍କ ପାଇଁ ସପ୍ତମ ବେତନ କମିଶନ ଲାଗୁ ନେଇ ନିଷ୍ପତ୍ତି ହୋଇଛି। ଏନେଇ ରାଜ୍ୟ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏନେଇ ମୁଖ୍ୟ ସଚିବ ସୁରେଶ ମହାପାତ୍ର ସୂଚନା ଦେଇଛନ୍ତି। ଏହାଦ୍ୱାରା ଉଭୟ ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ ନୂତନ ଦରମା ପାଇବେ।
- ଏଡେଡ୍ ବେସରକାରୀ ହାଇସ୍କୁଲ, ଉଚ୍ଚପ୍ରାଥମିକ ସ୍କୁଲ ଶିକ୍ଷକ ପାଇବେ ନୂତନ ଦରମା।
- ଏଡେଡ୍ ବେସରକାରୀ କଲେଜ ଶିକ୍ଷକମାନେ ମଧ୍ୟ ପାଇବେ ନୂତନ ଦରମା
- ନୂତନ ବର୍ଦ୍ଧିତ ବେତନ ୧.୧. ୨୦୨୨ଠାରୁ ଲାଗୁ ହେବ
- ଏହାଦ୍ୱାରା ୨୬ ହଜାର ସ୍କୁଲ ଶିକ୍ଷକ ଓ ୧୬, ୬୬୪ କଲେଜ ଅଧ୍ୟାପକ ଉପକୃତ ହେବେ
- ଏଥିପାଇଁ ରାଜ୍ୟ ସରକାରଙ୍କୁ ୨୯୨ କୋଟି ଅତିରିକ୍ତ ବ୍ୟୟ ପଡ଼ିବ
ସେପଟେ ୫ ମହାନଗର ନିଗମ ପାଇଁ ଜାଗା ମିଶନକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି। ରାଜ୍ୟ କ୍ୟାବିନେଟ୍ରେ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ୫ଟି ମହାନଗର ନିଗମର ବସ୍ତି ବାସିନ୍ଦାଙ୍କୁ ଜମିପଟ୍ଟା ଯୋଗାଇ ଦିଆଯିବା ସହ ସେହି ବସ୍ତିର ଉନ୍ନତିକରଣ କରାଯିବ।