/odishatv-khabar/media/post_attachments/uploadimage/library/16_9/16_9_0/IMAGE_1737542801.jpg)
Odisha Cabinet
ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀଙ୍କ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିଲା ଏହି ବୈଠକ । ବିଭିନ୍ନ ବିଭାଗର ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିଛି। ୧୦ଟି ପ୍ରସ୍ତାବକୁ କ୍ୟାବିନେଟ ମଂଜୁରୀ ମଧ୍ୟ ମିଳିଛି । କ୍ୟାବିନେଟ ନିଷ୍ପତ୍ତି ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସୂଚନା ଦେଇଛନ୍ତି। 5T ନାଁରେ ରୂପାନ୍ତରୀକରଣ କରି ସ୍ମାର୍ଟ ସ୍କୁଲ ଯୋଜନା ଠିକ୍ ନ ଥିଲା । ଡିପିଆର ପ୍ରସ୍ତୁତ ହୋଇ ନ ଥିଲା କି ଏଷ୍ଟିମେଟ୍ ହୋଇ ନ ଥିଲା । ତେଣୁ ପ୍ରତି ପଞ୍ଚାୟତରେ ଏକ ଆଦର୍ଶ ବିଦ୍ୟାଳୟ ପାଇଁ ନିଷ୍ପତ୍ତି ନିଆଯାଇଛି। ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ନାଁ ରହିବ । ଏବର୍ଷ ୧୧୪ଟି ପଞ୍ଚାୟତରେ ପ୍ରଥମ ପର୍ଯ୍ୟାୟରେ ଆରମ୍ଭ ହେବ । ପରବର୍ତ୍ତୀ ୪ ବର୍ଷରେ ଅନ୍ୟ ପଞ୍ଚାୟତମାନଙ୍କରେ ହେବ । ଏଥିପାଇଁ ୧୨ ହଜାର କୋଟି ଟଙ୍କା ରାଜ୍ୟ ସରକାର ବ୍ୟୟ କରିବେ । ମୋଟ ୬୭୯୪ଟି ପଞ୍ଚାୟତରେ ଏପରି ଫିଡର ସ୍କୁଲ୍ ଚିହ୍ନଟ କରାଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।
ଷୋଡ଼ଶ ଅର୍ଥ କମିଶନଙ୍କ ପ୍ରସ୍ତାବ କାର୍ଯ୍ୟକାରୀ ମଧ୍ୟ ହେବ। ଷୋଡ଼ଶ ଅର୍ଥ କମିଶନଙ୍କ ପାଖରେ ୧୨,୫୬,୧୪୮ କୋଟି ଦାବି କରାଯିବ ନେଇ ମୁଖ୍ୟମନ୍ତ୍ର ସୂଚନା ଦେଇଛନ୍ତି । ଏହି ଅର୍ଥ ୨୦୨୬ରୁ ୨୦୩୧ ମଧ୍ୟରେ ଖର୍ଚ୍ଚ କରାଯିବ । ଏନେଇ ଆଜି କ୍ୟାବିନେଟ୍ ରେ ପ୍ରସ୍ତାବ ପାରିତ ହୋଇଛି ।
ଅଧିକ ପଢ଼ନ୍ତୁ: ବଡ଼ ଖୁଲାସା: ୧୫୭ ଜଣ ପୁରୁଷ କରିଛନ୍ତି ସୁଭଦ୍ରା ଆବେଦନ
ଓଡ଼ିଶା ଡାକ୍ତରୀ ସ୍ବାସ୍ଥ୍ୟ ସେବା-୨୦୧୭ ଆଇନ ସଂଶୋଧନକୁ ମଞ୍ଜୁରୀ ମଧ୍ୟ ମିଳିଛି। ପୂର୍ବରୁ ଥିବା ଲେବଲ-୭କୁ ୬କୁ ହ୍ରାସ ପାଇଁ ନିଷ୍ପତ୍ତି ହୋଇଛି । ଏହାଦ୍ବାରା ଡାକ୍ତର ନିଯୁକ୍ତି ପ୍ରକ୍ରିୟା ସହଜ ହୋଇପାରିବ। ଅଧିକ ମେଡିକାଲ୍ କଲେଜ କରି ଅଧିକ ଡାକ୍ତର ସୃଷ୍ଟି କରିବୁ । ତ୍ବରିତ ଭାବେ ୫ ହଜାର ଡାକ୍ତର ପଦ ପୂରଣ କରିବୁ । ୧୨୪ ଡେଣ୍ଟାଲ ଡାକ୍ତରଙ୍କୁ ମଧ୍ୟ ନିଯୁକ୍ତି ପାଇଁ ନିଷ୍ପତ୍ତି ହୋଇଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।
ଅନ୍ୟପଟେ କ୍ୟାବିନେଟ୍ରେ ବିକଶିତ ଗାଁ, ବିକଶିତ ଓଡ଼ିଶାକୁ ମଞ୍ଜୁରୀ ମିଳିଛି। ଗାଁର ବିକାଶ ହେଲେ ଦେଶର ବିକାଶ ହୋଇପାରିବ କହିଲେ ମୁଖ୍ୟମନ୍ତ୍ରୀ। ଏଥିପାଇଁ ପ୍ରଥମ ବର୍ଷ ବଜେଟ୍ରେ ୧ ହଜାର କୋଟି ଟଙ୍କା ଥିଲା । ପରବର୍ତ୍ତୀ ବର୍ଷମାନଙ୍କରେ ଆବଶ୍ୟକତା ଦେଖି ବ୍ୟୟ ବରାଦ ବଢ଼ିବ । ‘ଆମ ଓଡ଼ିଶା ନବୀନ ଓଡ଼ିଶା’ପୂରା ଫେଲ୍ ମାରିଥିଲା । ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ଠିକାଦାରୀ ସନ୍ତୁଷ୍ଟୀକରଣ ପାଇଁ ଥିଲା ବୋଲି କହିଛନ୍ତି ମଖ୍ୟମନ୍ତ୍ରୀ।
ଅପରପକ୍ଷେ ନୂତନ ଶୀତଳ ଭଣ୍ଡାର ପାଇଁ ପ୍ରୋତ୍ସାହନ ଯୋଗାଇ ଦେବେ ସରକାର । ଅନୁସୂଚିତ ଜାତି ଜନଜାତି ବର୍ଗଙ୍କ ପାଇଁ ବିନିଯୋଗ ପୁଞ୍ଜିର ୬୦% ଛାଡ଼ ହେବ । ଏପରିକି ସର୍ବାଧିକ ୬ କୋଟି ୫୦ ଲକ୍ଷ ପର୍ଯ୍ୟନ୍ତ ରିହାତି ମିଳିବ । ସାଧାରଣ ବର୍ଗଙ୍କୁ ମଧ୍ୟ ୫୦% ପର୍ଯ୍ୟନ୍ତ ସବସିଡି ପ୍ରଦାନ କରାଯିବ । ଶୀତଳ ଭଣ୍ଡାର ପାଇଁ ପ୍ରଥମ ଦିନରୁ ବିଜୁଳି ବିଲ୍ରେ ରିହାତି ଦିଆଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)