Advertisment

ଆଜିଠୁ ଯୁକ୍ତ ୨ ପ୍ରଥମ ପର୍ଯ୍ୟାୟ ନାମଲେଖା

ପ୍ରଥମ ପର୍ଯ୍ୟାୟ ନାମଲେଖା ପାଇଁ ମନୋନୀତ ହୋଇଛନ୍ତି ୪ ଲକ୍ଷ ୧୨ ହଜାର ୩୬୮ ଜଣ ।

ଅଦ୍ୟତନ ହୋଇଛି
Odisha CHSE Plus 2 Admission

Plus 2 Admission

Advertisment

ଆଜିଠୁ ଆରମ୍ଭ ହେବ ଯୁକ୍ତ ୨ ପ୍ରଥମ ପର୍ଯ୍ୟାୟ ନାମଲେଖା । ସକାଳ ୯ରୁ ୫ଟା ଯାଏ ନାମଲେଖା ଚାଲିବ । ଚଳିତବର୍ଷ ୪ ଲକ୍ଷ ୭୨ ହଜାର ୨୭୯ ପିଲା ଆବେଦନ କରିଥିଲେ । ପ୍ରଥମ ପର୍ଯ୍ୟାୟ ନାମଲେଖା ପାଇଁ ମନୋନୀତ ହୋଇଛନ୍ତି ୪ ଲକ୍ଷ ୧୨ ହଜାର ୩୬୮ ଜଣ । କଳାରେ ସର୍ବାଧିକ ୨ ଲକ୍ଷ ୫୩ ହଜାର ୧୭୮ ଜଣ, ବାଣିଜ୍ୟରେ ୨୫ ହଜାର ୧୬୮ ଓ ବିଜ୍ଞାନରେ ୧ଲକ୍ଷ ୨୧ ହଜାର ୨୩ ଜଣ ମନୋନୀତ ହୋଇଛନ୍ତି । ବାକି ୫୯ ହଜାର ୯୧୧ ପିଲା ଦ୍ୱିତୀୟ ଓ ସ୍ପଟ୍ ଆଡ଼ମିଶନ ପାଇଁ ରହିଯାଇଛନ୍ତି ।

Advertisment

ଏହାରି ଭିତରେ ଗତକାଲି ପ୍ରକାଶ ପାଇସାରିଛି କଟ୍ ଅଫ୍ ତାଲିକା । ବିଜ୍ଞାନ, ବାଣିଜ୍ୟ ଏବଂ କଳା, ସବୁ ଷ୍ଟ୍ରିମରେ ଛାତ୍ରଛାତ୍ରୀଙ୍କ ପ୍ରଥମ ପସନ୍ଦ ରହିଛି ରେଭେନ୍ସା । ଜୁଲାଇ ୧୯ ରେ ପ୍ରକାଶ ପାଇବ ଦ୍ୱିତୀୟ ପର୍ଯ୍ୟାୟ ମେରିଟ ଲିଷ୍ଟ । ୨୦ ରୁ ୨୨ ଯାଏଁ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ହେବ । ଏଥର ସ୍ପଟ୍ ସିଲେକ୍ସନ ପାଇଁ ଛାତ୍ରଛାତ୍ରୀ ସମସ୍ତ କଲେଜରେ ଆବେଦନ କରିପାରିବେ ।

CHSE Odisha CHSE Plus 2 Admission
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ