• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

ଓଡ଼ିଶା ସିଭିଲ ସର୍ଭିସ (ଓଏଏସ୍‌) ପରୀକ୍ଷା ଫଳ ପ୍ରକାଶ ପାଇଛି । ସୁଦେବ କୁମାର ପୃଷ୍ଟି ଓଏଏସ୍ ଟପ୍ପର ହୋଇଛନ୍ତି । ପରୀକ୍ଷାରେ ସୁଚିସ୍ମିତା ପାଣିଗ୍ରାହୀ ଦ୍ୱିତୀୟ ଓ ପ୍ରଣବ ରଂଜନ ସାହୁ ତୃତୀୟ ସ୍ଥାନ ଅଧିକାର କରିଛନ୍ତି । ଏଥିରେ ୧୬୪ ମହିଳାଙ୍କ ସହ ମୋଟ ୪୩୨ ପ୍ରାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି  ।  ଶ୍ରେଷ୍ଠ ୧୦ ଜଣଙ୍କ ମଧ୍ୟରେ ୫ ପୁଅ ଏବଂ ୫ ଝିଅ ଅଛନ୍ତି ।

ସେହିପରି ଚତୁର୍ଥ ସ୍ଥାନରେ ବୈଶାଖୀ ଲେଙ୍କା, ପଞ୍ଚମ ସ୍ଥାନରେ ଶ୍ୱେତଲିନା ମାହାନା, ଷଷ୍ଠ ସ୍ଥାନରେ ଅଛନ୍ତି ଅଗ୍ନିଜା ଶିବଦତ୍ତା । ଅନ୍ୟପଟେ ସପ୍ତମ ସ୍ଥାନରେ ସନ୍ତୋଷ କୁମାର ପାତ୍ର ଥିବାବେଳେ ଅଷ୍ଟମ, ନବମ ଓ ଦଶମ ସ୍ଥାନରେ ଅଛନ୍ତି ଯଥାକ୍ରମେ ମୀମାଂସା ସାହୁ,ବିନ୍ଦୁ ବଳୟ ରାଉତରାୟ, ସୌମ୍ୟରଂଜନ ମହାପାତ୍ର ।

ସୂଚନାଯୋଗ୍ୟ ଗତ ୨୫ ତାରିଖରେ ୨୦୨୧ ଓଡିଶା ସିଭିଲ ସର୍ଭିସ ପରୀକ୍ଷାର ଫଳ ପ୍ରକାଶ ଉପରେ ହାଇକୋର୍ଟ ଅନ୍ତରୀଣ ଅଙ୍କୁଶ ଲଗାଇଥିଲେ । ଚୟନ ପ୍ରକ୍ରିୟା ଜାରି ରହିଲେ ବି କୋର୍ଟଙ୍କ ବିନାନୁମତିରେ ଫଳ ପ୍ରକାଶ ନକରିବାକୁ OPSCକୁ ନିର୍ଦେଶ ଦେଇଥିଲେ ହାଇକୋର୍ଟ । ଜଣେ ଦିବ୍ୟାଙ୍ଗ ପ୍ରାର୍ଥୀ ସତୀଶ କୁମାର ପାଣିଗ୍ରାହୀଙ୍କ ଆବେଦନକୁ ଗ୍ରହଣ କରି ହାଇକୋର୍ଟ ଏହି ନିର୍ଦେଶ ଦେଇଥିଲେ ।  ହାଇକୋର୍ଟ ଅଙ୍କୁଶ ହଟାଇବା ପରେ ଆଜି ଫଳ ପ୍ରକାଶ ପାଇଛି ।