• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Tanmay Kumar Mahalik

ଆସନ୍ତା ମାସ ଆର୍ଥାତ୍‌ ମେ’ ମାସରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ମେ’ ମାସ ଦ୍ୱିତୀୟାର୍ଦ୍ଧରେ ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇବ ନେଇ ସୂଚନା ମିଳିଛି । ଏ ନେଇ ବୋର୍ଡ ସଭାପତି ରାମାଶିଷ ହାଜରା ସୂଚନା ଦେଇଛନ୍ତି । ତ୍ରୁଟିଶୂନ୍ୟ ରେଜଲ୍ଟ ପ୍ରକାଶ କରାଯିବା ନେଇ ପ୍ରକ୍ରିୟା ଜାରି ରହିଛି ବୋଲି ବୋର୍ଡ ସଭାପତି କହିଛନ୍ତି । ଏଥି ସହିତ ଚଳିତ ବର୍ଷ ୫ଲକ୍ଷ ୪୧ ହଜାର ୨୪୭ ପରୀକ୍ଷାର୍ଥୀ ଥିଲେ ।

ଏପ୍ରିଲ ୩ ତାରିଖରୁ ଖାତାଦେଖା ଆରମ୍ଭ ହୋଇଛି। ରାଜ୍ୟର ୫୬ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖିଛନ୍ତି ଶିକ୍ଷକ, ଶିକ୍ଷୟିତ୍ରୀ । ଏଥିପାଇଁ ମୂଲ୍ୟାୟନ କେନ୍ଦ୍ର ଗୁଡ଼ିକରେ କାର୍ଯ୍ୟରେ ଶିକ୍ଷକ, ଶିକ୍ଷୟିତ୍ରୀ ଯୋଗ ଦେଇଥିଲେ । ଖାତାଦେଖାରେ ପ୍ରାୟ ୧୩ ହଜାର ଶିକ୍ଷକ, ଶିକ୍ଷୟିତ୍ରୀ ନିୟୋଜିତ ରହିଥିବା ସୂଚନା ମିଳିଥିଲା ।

  • Reported by:
  • DEBASHISH MOHANTY