10 exam results
ଆସନ୍ତା ମାସ ଆର୍ଥାତ୍ ମେ’ ମାସରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ମେ’ ମାସ ଦ୍ୱିତୀୟାର୍ଦ୍ଧରେ ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇବ ନେଇ ସୂଚନା ମିଳିଛି । ଏ ନେଇ ବୋର୍ଡ ସଭାପତି ରାମାଶିଷ ହାଜରା ସୂଚନା ଦେଇଛନ୍ତି । ତ୍ରୁଟିଶୂନ୍ୟ ରେଜଲ୍ଟ ପ୍ରକାଶ କରାଯିବା ନେଇ ପ୍ରକ୍ରିୟା ଜାରି ରହିଛି ବୋଲି ବୋର୍ଡ ସଭାପତି କହିଛନ୍ତି । ଏଥି ସହିତ ଚଳିତ ବର୍ଷ ୫ଲକ୍ଷ ୪୧ ହଜାର ୨୪୭ ପରୀକ୍ଷାର୍ଥୀ ଥିଲେ ।
ଏପ୍ରିଲ ୩ ତାରିଖରୁ ଖାତାଦେଖା ଆରମ୍ଭ ହୋଇଛି। ରାଜ୍ୟର ୫୬ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖିଛନ୍ତି ଶିକ୍ଷକ, ଶିକ୍ଷୟିତ୍ରୀ । ଏଥିପାଇଁ ମୂଲ୍ୟାୟନ କେନ୍ଦ୍ର ଗୁଡ଼ିକରେ କାର୍ଯ୍ୟରେ ଶିକ୍ଷକ, ଶିକ୍ଷୟିତ୍ରୀ ଯୋଗ ଦେଇଥିଲେ । ଖାତାଦେଖାରେ ପ୍ରାୟ ୧୩ ହଜାର ଶିକ୍ଷକ, ଶିକ୍ଷୟିତ୍ରୀ ନିୟୋଜିତ ରହିଥିବା ସୂଚନା ମିଳିଥିଲା ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1681724246.jpg)