• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

ମାଟ୍ରିକ ପରୀକ୍ଷା ନେଇ ମାଧ୍ୟମିକ ଶିକ୍ଷା ବୋର୍ଡର ବିସ୍ତୃତ ସୂଚନା । ଏପ୍ରିଲ ୨୯ରୁ ଆରମ୍ଭ ହୋଇ ମେ ୭ରେ ସରିବ ମାଟ୍ରିକ ପରୀକ୍ଷା । ସକାଳ ୮ଟାରୁ ଆରମ୍ଭ ହେବ ପରୀକ୍ଷା । ଛାତ୍ରଛାତ୍ରୀଙ୍କୁ ପରୀକ୍ଷା ଦେବା ପାଇଁ ୨ ଘଣ୍ଟା ସମୟ ରହିବ । କେବଳ ଗଣିତ ବିଷୟ ପାଇଁ ୨ ଘଣ୍ଟା ୧୫ ମିନିଟ ସମୟ ଦିଆଯିବ । ପରୀକ୍ଷା ୮୦ ମାର୍କ ବିଶିଷ୍ଟ ରହିବ । ୫୦ ମାର୍କର ସଂକ୍ଷିପ୍ତ ଓ ୩୦ ମାର୍କର ଦୀର୍ଘ ଉତ୍ତରମୂଳକ । ଏହାସହ ସଂକ୍ଷିପ୍ତ ଉତ୍ତରମୂଳକ ୫୦ ମାର୍କ OMR ସିଟ୍‌ରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ସେହିଭଳି ଦୀର୍ଘ ଉତ୍ତରମୂଳକ ୩୦ ମାର୍କ ମିଳିଥିବା ବୁକ୍‌ଲେଟ୍‌ରେ ପରୀକ୍ଷାର୍ଥୀଙ୍କୁ ଲେଖିବାକୁ ହେବ ।

ସେପଟେ ନବମ ପରୀକ୍ଷା ନେଇ ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ମଧ୍ୟ ସୂଚନା ଦିଆଯାଇଛି । ଏପ୍ରିଲ ୧୩ରୁ ଆରମ୍ଭ ହେବ ନବମ ସମ୍ମେଟିଭ୍ ପରୀକ୍ଷା-୨ । ସକାଳ ୮ଟାରୁ ଫାଷ୍ଟ ସିଟିଂରେ ନିଜ ସ୍କୁଲରେ ହେବ ପରୀକ୍ଷା । ୧୩ ତାରିଖରୁ ପରୀକ୍ଷା ଆରମ୍ଭ ହୋଇ ୨୧ ତାରିଖରେ ସରିବ । ତେବେ ଏପ୍ରିଲ ୧୮ରୁ ୨୬ ପର୍ଯ୍ୟନ୍ତ ଅନ୍ୟଏକ ସ୍କୁଲରେ ହେବ ମୂଲ୍ୟାୟନ । ନିଜ ସ୍କୁଲରେ ନହୋଇପାରିଲେ ନିକଟବର୍ତ୍ତୀ ସ୍କୁଲରେ ପରୀକ୍ଷା ହେବ। ୩ଟି ପଦ୍ଧତିରେ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ଫଳାଫଳ ନିର୍ଦ୍ଧାରଣ ହେବ ବୋଲି ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି।  

ଅନ୍ୟପଟେ ଆସନ୍ତା ଏପ୍ରିଲ ୨୬ରୁ ଆରମ୍ଭ ହେବ CBSE ଟର୍ମ-୨ ପରୀକ୍ଷା । ୨୬ରୁ ଉଭୟ ଦଶମ ଓ ଦ୍ୱାଦଶ ଶ୍ରେଣୀ ଟର୍ମ-୨ ପରୀକ୍ଷା କରାଯିବା ନେଇ CBSE ପକ୍ଷରୁ ବିସ୍ତୃତ ପରୀକ୍ଷା ସୂଚୀ ପ୍ରକାଶ ପାଇଛି । ପରୀକ୍ଷା, ଦିନ ୧୦ଟା ୩୦ରୁ ଆରମ୍ଭ କରିବାକୁ ନିଷ୍ପତ୍ତି ହୋଇଛି । ପରୀକ୍ଷା ମଝିରେ ଅଧିକ ଦିନ ବ୍ୟବଧାନ ରହିଥିବା CBSE ସୂଚନା ଦେଇଛି । ସ୍କୁଲ ଦୀର୍ଘଦିନ ଧରି ବନ୍ଦ ଥିବାରୁ ପରୀକ୍ଷାରେ ଅଧିକ ଦିନ ବ୍ୟବଧାନ ରଖିବାକୁ ପଦକ୍ଷପ ନେଇଛି ସିବିଏସଇ ।

ସେପଟେ ସିବିଏସଇ ଦଶମ ଓ ଦ୍ୱାଦଶ ଶ୍ରେଣୀ ଲାଗି ହୋଇଥିବା ଟର୍ମ ୱାନ୍ ପରୀକ୍ଷାର ଫଳାଫଳ ଖୁବଶୀଘ୍ର ଘୋଷଣା ସମ୍ଭାବନା ରହିଛି । ସିବିଏସଇ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଟର୍ମ ୱାନ୍ ପରୀକ୍ଷା ଫଳଫଳ ପ୍ରକାଶ ଲାଗି ସମସ୍ତ ପ୍ରସ୍ତୁତି ଶେଷ ହୋଇଛି ଏବଂ ଏହା ଯେ କୌଣସି ମୁହୂର୍ତ୍ତରେ ପ୍ରକାଶ ପାଇପାରେ ।