Advertisment

ଏପ୍ରିଲ୍‌ ୧୩ରୁ ନବମ ଶ୍ରେଣୀ ସମ୍ମେଟିଭ୍‌ ପରୀକ୍ଷା-୨

ମାଟ୍ରିକ ପରୀକ୍ଷା ନେଇ ମାଧ୍ୟମିକ ଶିକ୍ଷା ବୋର୍ଡ ମଧ୍ୟ ବିସ୍ତୃତ ସୂଚନା ଦେଇଛି । ଏପ୍ରିଲ ୨୯ରୁ ଆରମ୍ଭ ହୋଇ ମେ’ ୭ରେ ସରିବ ମାଟ୍ରିକ ପରୀକ୍ଷା । ସକାଳ ୮ଟାରୁ ଆରମ୍ଭ ହେବ ପରୀକ୍ଷା ।

author-image
Satyendu Shekher Mishra
undefined

Matric Exam

ନବମ ପରୀକ୍ଷା ନେଇ ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ସୂଚନା । ଏପ୍ରିଲ ୧୩ରୁ ଆରମ୍ଭ ହେବ ନବମ ସମ୍ମେଟିଭ୍ ପରୀକ୍ଷା-୨ । ସକାଳ ୮ଟାରୁ ଫାଷ୍ଟ ସିଟିଂରେ ନିଜ ସ୍କୁଲରେ ହେବ ପରୀକ୍ଷା । ୧୩ ତାରିଖରୁ ପରୀକ୍ଷା ଆରମ୍ଭ ହୋଇ ୨୧ ତାରିଖରେ ସରିବ । ତେବେ ଏପ୍ରିଲ ୧୮ରୁ ୨୬ ପର୍ଯ୍ୟନ୍ତ ଅନ୍ୟ ଏକ ସ୍କୁଲରେ ହେବ ମୂଲ୍ୟାୟନ । ନିଜ ସ୍କୁଲରେ ନହୋଇ ପାରିଲେ ନିକଟବର୍ତ୍ତୀ ସ୍କୁଲରେ ପରୀକ୍ଷା ହେବ। ୩ଟି ପଦ୍ଧତିରେ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ଫଳାଫଳ ନିର୍ଦ୍ଧାରଣ ହେବ ବୋଲି ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି।  

Advertisment

ସେପଟେ ମାଟ୍ରିକ ପରୀକ୍ଷା ନେଇ ମାଧ୍ୟମିକ ଶିକ୍ଷା ବୋର୍ଡ ମଧ୍ୟ ବିସ୍ତୃତ ସୂଚନା ଦେଇଛି । ଏପ୍ରିଲ ୨୯ରୁ ଆରମ୍ଭ ହୋଇ ମେ’ ୭ରେ ସରିବ ମାଟ୍ରିକ ପରୀକ୍ଷା । ସକାଳ ୮ଟାରୁ ଆରମ୍ଭ ହେବ ପରୀକ୍ଷା । ଛାତ୍ରଛାତ୍ରୀଙ୍କୁ ପରୀକ୍ଷା ଦେବା ପାଇଁ ୨ ଘଣ୍ଟା ସମୟ ରହିବ । କେବଳ ଗଣିତ ବିଷୟ ପାଇଁ ୨ ଘଣ୍ଟା ୧୫ ମିନିଟ ସମୟ ଦିଆଯିବ । ପରୀକ୍ଷା ୮୦ ମାର୍କ ବିଶିଷ୍ଟ ରହିବ । ୫୦ ମାର୍କର ସଂକ୍ଷିପ୍ତ ଓ ୩୦ ମାର୍କର ଦୀର୍ଘ ଉତ୍ତରମୂଳକ । ଏହାସହ ସଂକ୍ଷିପ୍ତ ଉତ୍ତରମୂଳକ ୫୦ ମାର୍କ OMR ସିଟ୍‌ରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ସେହିଭଳି ଦୀର୍ଘ ଉତ୍ତରମୂଳକ ୩୦ ମାର୍କ ମିଳିଥିବା ବୁକ୍‌ଲେଟ୍‌ରେ ପରୀକ୍ଷାର୍ଥୀଙ୍କୁ ଲେଖିବାକୁ ହେବ ।

ଅନ୍ୟପଟେ ଆସନ୍ତା ଏପ୍ରିଲ ୨୬ରୁ ଆରମ୍ଭ ହେବ CBSE ଟର୍ମ-୨ ପରୀକ୍ଷା । ୨୬ରୁ ଉଭୟ ଦଶମ ଓ ଦ୍ୱାଦଶ ଶ୍ରେଣୀ ଟର୍ମ-୨ ପରୀକ୍ଷା କରାଯିବା ନେଇ CBSE ପକ୍ଷରୁ ବିସ୍ତୃତ ପରୀକ୍ଷା ସୂଚୀ ପ୍ରକାଶ ପାଇଛି । ପରୀକ୍ଷା, ଦିନ ୧୦ଟା ୩୦ରୁ ଆରମ୍ଭ କରିବାକୁ ନିଷ୍ପତ୍ତି ହୋଇଛି । ପରୀକ୍ଷା ମଝିରେ ଅଧିକ ଦିନ ବ୍ୟବଧାନ ରହିଥିବା CBSE ସୂଚନା ଦେଇଛି । ସ୍କୁଲ ଦୀର୍ଘଦିନ ଧରି ବନ୍ଦ ଥିବାରୁ ପରୀକ୍ଷାରେ ଅଧିକ ଦିନ ବ୍ୟବଧାନ ରଖିବାକୁ ପଦକ୍ଷପ ନେଇଛି ସିବିଏସଇ ।

Advertisment

ସେପଟେ ସିବିଏସଇ ଦଶମ ଓ ଦ୍ୱାଦଶ ଶ୍ରେଣୀ ଲାଗି ହୋଇଥିବା ଟର୍ମ ୱାନ୍ ପରୀକ୍ଷାର ଫଳାଫଳ ଖୁବଶୀଘ୍ର ଘୋଷଣା ସମ୍ଭାବନା ରହିଛି । ସିବିଏସଇ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଟର୍ମ ୱାନ୍ ପରୀକ୍ଷା ଫଳଫଳ ପ୍ରକାଶ ଲାଗି ସମସ୍ତ ପ୍ରସ୍ତୁତି ଶେଷ ହୋଇଛି ଏବଂ ଏହା ଯେ କୌଣସି ମୁହୂର୍ତ୍ତରେ ପ୍ରକାଶ ପାଇପାରେ ।

Exam Matric Exam Ninth Class Summative Exam
Advertisment
Advertisment