• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Tanmay Kumar Mahalik

ଘୋଷଣା ହେଲା ମାଟ୍ରିକ୍‌ ପରୀକ୍ଷା ତାରିଖ । ମାଟ୍ରିକ୍‌ ପରୀକ୍ଷାକୁ ନେଇ ବୋର୍ଡ ପକ୍ଷରୁ ଖୁବ୍‌ଶୀଘ୍ର ତାରିଖ ଘୋଷଣା କରାଯାଇଛି । ବୋର୍ଡ ପକ୍ଷରୁ ଆଜି ମାଟ୍ରିକ୍‌ ପରୀକ୍ଷା ହେବା ନେଇ ତାରିଖ ଘୋଷଣା ହୋଇଛି । ଫେବ୍ରୁଆରୀ ୨୦ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ ବୋଲି ସୂଚନା ଦିଆଯାଇଛି । ଫେବ୍ରୁଆରୀ ୨୦ରୁ ପରୀକ୍ଷା ଆରମ୍ଭ ହେବାକୁ ଥିବା ବେଳେ ମାର୍ଚ୍ଚ ୪ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ଚାଲିବ ବୋଲି ସୂଚନା ଦିଆଯାଇଛି ।

ମାଟ୍ରିକ୍‌ ସହ ମଧ୍ୟମା, ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ବି ହେବ ବୋଲି କୁହାଯାଇଛି । ଅନ୍ୟପଟେ ମାଟ୍ରିକ୍‌ ଖାତା ଦେଖା ତାରିଖ ମଧ୍ୟ ଘୋଷଣା କରିଛି ବୋର୍ଡ । ମାର୍ଚ୍ଚ ୧୨ରୁ ଖାତାଦେଖା ଆରମ୍ଭ ହେବ ବୋଲି ସୂଚନା ଦିଆଯାଇଛି । ଅତିକମ୍‌ରେ ଖାତାଦେଖା ୧୨ ଦିନ ଚାଲିବ । ପରୀକ୍ଷା ସଂପର୍କରେ ବିସ୍ତୃତ ବିବରଣୀ ପରେ ଘୋଷଣା କରାଯିବ ବୋଲି କୁହାଯାଇଛି ।

ସୂଚନା ଥାଉକି ଆଗାମୀ ମାଟ୍ରିକ୍‌ ପରୀକ୍ଷାର ଢାଞ୍ଚା ପରିବର୍ତ୍ତନ କରାଯିବା ନେଇ ପୂର୍ବରୁ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଥିଲା । ପୂର୍ବ ପରି ବର୍ଷ ଶେଷକୁ ଗୋଟିଏ ବୋର୍ଡ ପରୀକ୍ଷା ହେବ ବୋଲି କୁହାଯାଇଥିଲା । ପ୍ରେସମିଟରେ ବୋର୍ଡ ସଭାପତି ରାମାଶିଷ ହାଜରା ଏନେଇ ସୂଚନା ଦେଇଥିଲେ । ପୂର୍ବରୁ ହେଉଥିବା ୨ଟି ସମ୍ମେଟିଭ ପରୀକ୍ଷା ଆଉ ହେବନାହିଁ । ଏବେ କେବଳ ଦଶମରେ ବାର୍ଷିକ ପରୀକ୍ଷା ହିଁ ହେବ । ପୂର୍ବରୁ ହେଉଥିବା ଇଣ୍ଟରନାଲ୍ ଆସେସମେଣ୍ଟ ପରୀକ୍ଷା ଚାଲୁ ରହିବ । ଇଣ୍ଟରନାଲ ଆସେସମେଣ୍ଟ ପରୀକ୍ଷା ୪ଟି କ୍ୱାର୍ଟରରେ ହେବ ।

ନବମ ପାଇଁ ବାର୍ଷିକ ପରୀକ୍ଷା ହେବ, ବୋର୍ଡ ପ୍ରଶ୍ନପତ୍ର ଯୋଗାଇବ । କରୋନା ପାଇଁ ସମେଟିଭ ବ୍ୟବସ୍ଥା ହୋଇଥିଲା । କରୋନା ପରେ ପୁଣି ପୁରୁଣା ପରୀକ୍ଷା ପଦ୍ଧତିରେ ପରୀକ୍ଷା କରିବା ଲାଗି ବୋର୍ଡ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି ।

  • Reported by:
  • JAGDISH DAS