• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ପଠାଗଲା ନମୁନା ପ୍ରଶ୍ନପତ୍ର । ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ୨୦୨୪ ଦଶମ ପରୀକ୍ଷାରେ ପରୀକ୍ଷାର୍ଥୀଙ୍କ ସୁବିଧା ପାଇଁ ନମୁନା ପ୍ରଶ୍ନପତ୍ର ପ୍ରସ୍ତୁତ ହୋଇଛି । ପ୍ରଚଳିତ ପରୀକ୍ଷା ପଦ୍ଧତି ମୁତାବକ ୭ଟି ବିଷୟରେ ତିଆରି ହୋଇଛି ଗୋଟିଏ ଲେଖାଏ ସେଟ୍ ।

ଏହି ପ୍ରଶ୍ନପତ୍ର ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ବଣ୍ଟନ କରିବାକୁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ନିର୍ଦ୍ଦେଶକ ସୁଶାନ୍ତ କୁମାର ଦାଶ ସବୁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ।

ଚିଠିରେ ଉଲ୍ଲେଖ ଅଛି ଯେ, ବର୍ତ୍ତମାନ ପ୍ରଚଳିତ ପରୀକ୍ଷା ପଦ୍ଧତି ମୁତାବକ ନମୁନା ପ୍ରଶ୍ନପତ୍ର ତିଆରି ହୋଇଛି । ଓଡ଼ିଆ, ଇଂରାଜୀ, ହିନ୍ଦୀ, ସଂସ୍କୃତ, ଗଣିତ, ବିଜ୍ଞାନ ଓ ସାମାଜିକ ବିଜ୍ଞାନ ବିଷୟର ଗୋଟିଏ ଲେଖାଏ ସେଟ୍ ନମୁନା ପ୍ରଶ୍ନପତ୍ର ପଠାଯାଇଛି ।

ବାର୍ଷିକ ପରୀକ୍ଷାରେ ସମାନ ଢଙ୍ଗର ପ୍ରଶ୍ନପତ୍ର ପଡ଼ିବ । ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ବୋର୍ଡ ପରୀକ୍ଷା ପ୍ରସ୍ତୁତିରେ ଏହି ନମୁନା ପ୍ରଶ୍ନପତ୍ର ବା ସାମ୍ପଲ ପ୍ରଶ୍ନପତ୍ର ସହାୟକ ହେବ । ସେଗୁଡ଼ିକ ବିଦ୍ୟାଳୟ ସ୍ତରରେ କିଭଳି ବିତରଣ ହେବ ସେ ଦିଗରେ ଡିଇଓମାନେ ପଦକ୍ଷେପ ନେବେ ।

ସମସ୍ତ ସ୍କୁଲ୍‌ର ପ୍ରଧାନଶିକ୍ଷକଙ୍କୁ ନମୁନା ପ୍ରଶ୍ନପତ୍ର ପଠାଇବା ସହ ଏହା ଯେପରି ସମସ୍ତ ଛାତ୍ରଛାତ୍ରୀଙ୍କ ନିକଟରେ ପହଞ୍ଚିବ ସେଦିଗରେ ବ୍ୟବସ୍ଥା କରାଯିବ । ଏଥିସହ ଡିଜିଟାଲ ପ୍ରଶ୍ନପତ୍ର ବ୍ୟାଙ୍କ ପାଇଁ ଜିଲ୍ଲା ସ୍ତରର ଅଭିଜ୍ଞ ଶିକ୍ଷକଙ୍କ ଦ୍ୱାରା ନମୁନା ପ୍ରଶ୍ନପତ୍ର ପ୍ରସ୍ତୁତ କରି ତାହାକୁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟକୁ ପଠାଇବାକୁ ମଧ୍ୟ କୁହାଯାଇଛି 

OTV is now on Whatsapp

Join and get latest news update delivered to you via whatsapp

Join Now