• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

ଆଜି ମାଟ୍ରିକ ପରୀକ୍ଷା ଶେଷ ହୋଇଥିବା ବେଳେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବ ମାଟ୍ରିକ ଖାତାଦେଖା । ଏନେଇ ସୂଚନା ଦେଇଛନ୍ତି ବୋର୍ଡ ସଭାପତି ରାମାଶିଷ ହାଜରା । ସେ କହିଛନ୍ତି, ପରୀକ୍ଷାରେ କିଛି ତ୍ରୁଟି ଦେଖାଯାଇଥିଲେ ସୁଦ୍ଧା ସୁରୁଖୁରୁରେ ପରୀକ୍ଷା ସରିଛି । ଏଥର ମୋଟ ୫୬ଟି କେନ୍ଦ୍ରରେ ଖାତା ଦେଖା ହେବ ବୋଲି ବୋର୍ଡ ସଭାପତି କହିଛନ୍ତି ।

ସେପଟେ ଆଜି ଶେଷ ଦିନରେ ଗଣିତ ପରୀକ୍ଷା ଦେଇଛନ୍ତି ଛାତ୍ରଛାତ୍ରୀ । ସକାଳ ୮ଟାରୁ ପରୀକ୍ଷା ଆରମ୍ଭ ହୋଇ ୧୦ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିଥିଲା । ପରୀକ୍ଷା କେନ୍ଦ୍ରକୁ ପରୀକ୍ଷାର୍ଥୀଙ୍କୁ କେବଳ ଆଡମିଟ କାର୍ଡ, ପେନ୍, ପେନସିଲ ଓ ଜୋମେଟ୍ରିବକ୍ସ ନେବାର ଅନୁମତି ଦିଆଯାଇଥିଲା ।

ଅଧିକ ପଢ଼ନ୍ତୁ: ମାଟ୍ରିକ୍ ପରୀକ୍ଷା ବିଭ୍ରାଟ; ତ୍ରୁଟି ସୁଧାରିବାକୁ ବୋର୍ଡକୁ ନିର୍ଦ୍ଦେଶ

ଚଳିତବର୍ଷ ୫ ଲକ୍ଷ ୪୧ ହଜାର ୨୪୭ ପରୀକ୍ଷାର୍ଥୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ପାଇଁ ଫର୍ମ ପିଲିଫ କରିଥିଲେ । ମୋଟ ୩ ହଜାର ୨୧୮ ପରୀକ୍ଷା କେନ୍ଦ୍ର ହୋଇଥିଲା । ୩୧୬ଟି ନୋଡାଲ ସେଣ୍ଟର ବୋର୍ଡ ପକ୍ଷରୁ କରାଯାଇଥିଲେ । ମାଓ ପ୍ରଭାବିତ ଅଞ୍ଚଳରେ ୨୨ଟି ଥାନାରେ ନୋଡାଲ ସେଣ୍ଟର କରାଯାଇଥିଲା ।

ସେହିପରି ପରୀକ୍ଷାରେ କପି ରୋକିବାକୁ ବୋର୍ଡ ପକ୍ଷରୁ ସବୁ ପ୍ରକାର ବ୍ୟବସ୍ଥା କରାଯାଇଥିଲା । ଗତ ୧୦ତାରିଖରୁ ଆରମ୍ଭ ହୋଇଥିଲା ମାଟ୍ରିକ ପରୀକ୍ଷା । ...