Odisha Matric exam answer sheet evaluation to start from May 21
ଆସନ୍ତା ୨୧ ତାରିଖରୁ ଆରମ୍ଭ ହେବ ମାଟ୍ରିକ ଖାତା ମୂଲ୍ୟାୟନ ପ୍ରକ୍ରିୟା। ଦଶମ ଶ୍ରେଣୀ ସହିତ ଏସ୍ଓଏସ୍ ଓ ମଧ୍ୟମା ପରୀକ୍ଷାର ଖାତା ମୂଲ୍ୟାୟନ କରାଯିବ। ରାଜ୍ୟର ମୋଟ ୫୮ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖାହେବ। ଏଥିପାଇଁ ୨୦ ତାରିଖ ସକାଳ ୧୦ଟା ସୁଦ୍ଧା ମୂଲ୍ୟାୟନ କେନ୍ଦ୍ରରେ ଯୋଗଦେବାକୁ ପରୀକ୍ଷକମାନଙ୍କୁ ମାଧ୍ୟମିକ ଶିକ୍ଷା ପରିଷଦ କର୍ତ୍ତୃପକ୍ଷ କହିଛନ୍ତି।
୧୦ରୁ ୧୨ ଦିନ ପର୍ଯ୍ୟନ୍ତ ଖାତା ଦେଖା ଚାଲିବ। ଖାତା ଦେଖା ପାଇଁ ୪୮୧ ଜଣ ମୁଖ୍ୟ ପରୀକ୍ଷକଙ୍କ ସହ ୯୦୦ ଜଣ ଉପ ପରୀକ୍ଷକ, ୮୯୧୯ ଜଣ ସହକାରୀ ପରୀକ୍ଷକ ଓ ୯୩୦ ଜଣ ସ୍କୃଟିନାଇଜରଙ୍କୁ ନିୟୋଜିତ କରାଯାଇଛି। ଖାତା ଦେଖା ପରେ ମାର୍କ ଅପଲୋଡ୍ କାର୍ଯ୍ୟ କରାଯିବ ବୋଲି ବୋର୍ଡ଼ର ଉପସଭାପତି ଡକ୍ଟର ନିହାର ରଞ୍ଜନ ମହାନ୍ତି ସୂଚନା ଦେଇଛନ୍ତି।
ରିପୋର୍ଟ ଅନୁସାରେ, ୪୩ ହଜାର ୪୮୯ ପିଲା ମାଟ୍ରିକ ପରୀକ୍ଷା ଦେଇନାହାନ୍ତି। ଏତେ ସଂଖ୍ୟକ ପିଲା ମାଟ୍ରିକ ପରୀକ୍ଷା ନଦେବା ଅତ୍ୟନ୍ତ ଚିନ୍ତାର ବିଷୟ। ତେବେ ଏହାର କାରଣ କ’ଣ ହୋଇପାରେ ସେନେଇ ଶୀଘ୍ର ରିପୋର୍ଟ ଦେବାକୁ କୁହାଯାଇଛି। ଏଥିପାଇଁ କିଏ ଦାୟୀ ସେନେଇ ମଧ୍ୟ ଆଲୋଚନା କରାଯାଉଛି।
ଅନ୍ୟପକ୍ଷେ, ମାଟ୍ରିକ ପରୀକ୍ଷାରେ ପ୍ରାୟ ୪୩ ହଜାର ପିଲା ଅନୁପସ୍ଥିତ ରହିବା ପ୍ରସଙ୍ଗରେ ଗଣଶିକ୍ଷା ମନ୍ତ୍ରୀ ସ୍ପଷ୍ଟୀକରଣ ଦେଇଛନ୍ତି। ମନ୍ତ୍ରୀ ସମୀର ଦାଶ କହିଛନ୍ତି, କୋଭିଡ୍ ହେତୁ ସବୁ ପିଲାଙ୍କ ଫର୍ମ ଫିଲପ୍ ଫି’ ସରକାର ଛାଡ୍ କରିଥିଲେ। ଅଷ୍ଟମରୁ ଦଶମ ପର୍ଯ୍ୟନ୍ତ ପିଲା ସିଧାସଳଖ ଯାଇଥିବାରୁ ସମସ୍ତଙ୍କ ଫର୍ମ ଫିଲପ ହୋଇଥିଲା।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1652431502.jpg)