/odishatv-khabar/media/post_attachments/uploadimage/library/16_9/16_9_0/IMAGE_1678414178.jpg)
Matric Exam
ଆଜିଠାରୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା। ପ୍ରଥମ ଦିନରେ ପରୀକ୍ଷାର୍ଥୀ ୧ ଘଣ୍ଟା ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବେ । ସକାଳ ୮ ଟାରୁ ୧୦ଟା ପର୍ଯ୍ୟନ୍ତ ପରୀକ୍ଷା ଅନୁଷ୍ଠିତ ହେବ । ପରୀକ୍ଷା କେନ୍ଦ୍ରକୁ ପରୀକ୍ଷାର୍ଥୀ କେବଳ ଆଡମିଟ କାର୍ଡ, ପେନ୍, ପେନସିଲ ଓ ଜୋମେଟ୍ରି ବକ୍ସ ନେବାର ଅନୁମତି ରହିଛି । ମାର୍ଚ୍ଚ ୧୭ ତାରିଖ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା । ମଧ୍ୟମା ଏବଂ ଓପନ ସ୍କୁଲ ପରୀକ୍ଷା ମଧ୍ୟ ସେହି ସମୟ ମଧ୍ୟରେ ହେବ ।
ଏଥର କପି ରୋକିବାକୁ ପ୍ରାଥମିକତା ଦେଇ ସ୍ପେଶାଲ ସ୍କ୍ୱାଡ୍ ଗଠନ କରିଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ। ପରୀକ୍ଷା କେନ୍ଦ୍ରଗୁଡିକୁ ଏହି ସ୍କ୍ୱାଡ୍ ସରପ୍ରାଇଜ୍ ଭିଜିଟ କରିବ। ସେହିପରି ଯେତେ ସମ୍ଭବ CCTV ଲଗାଇବାକୁ ନିର୍ଦ୍ଦେଶ ଦିଆଯାଇଛି । ପ୍ରଶ୍ନପତ୍ର ସେଟ୍ ଗୁଡ଼ିକ ହବକୁ ପଠାସରିଛି । ହବରୁ ପରୀକ୍ଷା କେନ୍ଦ୍ର ଯାଏଁ ପ୍ରଶ୍ନପତ୍ର ନେବାକୁ ସ୍ୱତନ୍ତ୍ର ଭାବେ ଦାୟିତ୍ୱ ଦିଆଯାଇଛି ।
#ଆଜିଠୁ_ମାଟ୍ରିକ_ପରୀକ୍ଷା
ଆଜିଠୁ ମାଟ୍ରିକ ପରୀକ୍ଷା; ପ୍ରଥମ ଦିନରେ ମାତୃଭାଷା । ସକାଳ ୮ଟାରୁ ୧୦ଟା ପର୍ଯ୍ୟନ୍ତ ଚାଲିବ ପରୀକ୍ଷା ।#Matricexam2023#Balesore#OTVpic.twitter.com/iK2AnURxPg— ଓଟିଭି (@otvkhabar) March 10, 2023
ଚଳିତବର୍ଷ ୫ ଲକ୍ଷ ୪୧ ହଜାର ୨୪୭ ଜଣ ପରୀକ୍ଷାର୍ଥୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ପାଇଁ ଫର୍ମ ପିଲିଫ କରିଛନ୍ତି । ୩ ହଜାର ୨୧୮ଟି କେନ୍ଦ୍ରରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ଏଥିପାଇଁ ୩୧୬ଟି ନୋଡାଲ ସେଣ୍ଟର ବୋର୍ଡ ପକ୍ଷରୁ କରାଯାଇଛି । ମାଓ ଅଧ୍ୟୁଷିତ ଅଞ୍ଚଳରେ ୨୨ଟି ଥାନାରେ ନୋଡାଲ ସେଣ୍ଟର କରାଯାଇଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)