Advertisment

ଆଜିଠୁ ମାଟ୍ରିକ ପରୀକ୍ଷା: କପି ରୋକିବାକୁ ୬୫ଟି ଫ୍ଲାଇଂ ସ୍କ୍ୱାଡ୍‌, ପରୀକ୍ଷା କେନ୍ଦ୍ରରେ ମୋବାଇଲ୍‌ ବାରଣ

ରାଜ୍ୟରେ ଆଜିଠୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେଉଛି। ୩ ହଜାର ୨୦୩ ପରୀକ୍ଷା କେନ୍ଦ୍ରରେ ମୋଟ୍‌ ୫ ଲକ୍ଷ ୭୧ ହଜାର ୯୦୯ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Odisha BSE Matric examination begins

Odisha BSE Matric examination begins

ରାଜ୍ୟରେ ଆଜିଠୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେଉଛି। ଦୁଇ ବର୍ଷ ପରେ ପୁଣି ଅଫ୍‌ଲାଇନ୍‌ ପରୀକ୍ଷା ଦେଉଛନ୍ତି ଛାତ୍ରଛାତ୍ରୀ। ୩ ହଜାର ୨୦୩ ପରୀକ୍ଷା କେନ୍ଦ୍ରରେ ମୋଟ୍‌ ୫ ଲକ୍ଷ ୭୧ ହଜାର ୯୦୯ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି। କପି ରୋକିବାକୁ ୬୫ଟି ଫ୍ଲାଇଂ ସ୍କ୍ୱାଡ୍‌ର ବ୍ୟବସ୍ଥା ହୋଇଛି।

Advertisment

ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏଥର ଦ୍ୱିତୀୟ ସିଟିଂରେ ପରୀକ୍ଷା ନକରିବାକୁ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି। ଏଥିସହ ସବୁ ପରୀକ୍ଷା କେନ୍ଦ୍ରରେ ପର୍ଯ୍ୟାପ୍ତ ପାନୀୟ ଜଳ ଓ ନିରବଚ୍ଛିନ୍ନ ବିଦ୍ୟୁତ୍‌ ସେବା ଯୋଗାଇବାକୁ ବି ନିଷ୍ପତ୍ତି ହୋଇଛି। କୋଭିଡ ନିୟମ ଅନୁସାରେ, ଛାତ୍ରଛାତ୍ରୀଙ୍କୁ ପରୀକ୍ଷା କେନ୍ଦ୍ରକୁ ପ୍ରବେଶ ଓ ସିଟିଂ ଆରେଞ୍ଜମେଣ୍ଟ ବ୍ୟବସ୍ଥା ମଧ୍ୟ କରାଯାଇଛି।

ପ୍ରଥମ ଦିନ ସକାଳ ୭ଟାରୁ ଏବଂ ଅନ୍ୟ ଦିନ ୭ଟା ୧୫ରୁ ପରୀକ୍ଷା କେନ୍ଦ୍ରକୁ ଛାତ୍ରଛାତ୍ରୀ ପ୍ରବେଶ କରିବେ। ପରୀକ୍ଷା ଆରମ୍ଭର ୧୫ ମିନିଟ୍ ପୂର୍ବରୁ ଅର୍ଥାତ୍‌ ସକାଳ ୭ଟା ୪୫ରେ ପ୍ରଶ୍ନପତ୍ର ଦିଆଯିବ। ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାର୍ଟ-୧ ପରୀକ୍ଷା ସକାଳ ୮ଟାରୁ ୯ଟା ଏବଂ ପାର୍ଟ-୨ ପରୀକ୍ଷା ୯ଟାରୁ ୧୦ଟା ପର୍ଯ୍ୟନ୍ତ ଚାଲିବ। କେବଳ ଗଣିତରେ ପିଲାଙ୍କୁ ଅତିରିକ୍ତ ୧୫ ମିନିଟ୍ ସମୟ ମିଳିବ।

Advertisment

ପରୀକ୍ଷା କେନ୍ଦ୍ରରେ ମୋବାଇଲ୍‌କୁ କଡ଼ାକଡ଼ି ବାରଣ କରାଯାଇଛି। ଛାତ୍ରଛାତ୍ରୀ, ପରୀକ୍ଷା ଦାୟିତ୍ୱରେ ଥିବା ଶିକ୍ଷକ, ଶିକ୍ଷୟିତ୍ରୀ ଏପରିକି କେନ୍ଦ୍ର ସୁପରିଣ୍ଟେଣ୍ଡେଣ୍ଟ ମଧ୍ୟ ପରୀକ୍ଷା ସମୟରେ ମୋବାଇଲ୍ ବ୍ୟବହାର କରିପାରିବେ ନାହିଁ ବୋଲି ବୋର୍ଡ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

ଶୃଙ୍ଖଳିତ ପରୀକ୍ଷା ପରିଚାଳନା ପାଇଁ ବୋର୍ଡ, ଜିଲ୍ଲା ଶିକ୍ଷାଧିକାରୀ, ଗଣଶିକ୍ଷା ବିଭାଗ, ଜିଲ୍ଲା ପ୍ରଶାସନ ପକ୍ଷରୁ ୪ ସ୍ତରୀୟ ସ୍କ୍ୱାଡ୍‌ ଗଠନ କରାଯାଇଛି। ପରୀକ୍ଷା ସରିବାର ୨ ଘଣ୍ଟା ମଧ୍ୟରେ ପରୀକ୍ଷା ସମ୍ପର୍କିତ ସମସ୍ତ ସୂଚନା ପରୀକ୍ଷା କେନ୍ଦ୍ର ସୁପରିଣ୍ଟେଣ୍ଡେଣ୍ଟ ବୋର୍ଡ କାର୍ଯ୍ୟାଳୟକୁ ଅନ୍‌ଲାଇନ୍‌ରେ ପଠାଇବାକୁ ବୋର୍ଡ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ପରୀକ୍ଷା ପରିଚାଳନା ପାଇଁ ରାଜ୍ୟର ୩୫ ହଜାରରୁ ଅଧିକ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନିୟୋଜିତ କରାଯାଇଛି। 

Odisha Matric Exam Matric Exam
Advertisment
Advertisment