matric exam
ଭୁବନେଶ୍ୱର : ଆସନ୍ତା କାଲିଠାରୁ ଅଫଲାଇନ୍ ମାଟ୍ରିକ୍ ପରୀକ୍ଷା ଆରମ୍ଭ ହେବ । ପରୀକ୍ଷା ଦେବେ ଅସନ୍ତୁଷ୍ଟ ଛାତ୍ରଛାତ୍ରୀ I ପ୍ରାୟ ୧୧ହଜାର ୧୫୧ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ । ଏଥିପାଇଁ ୫୦୪ଟି ପରୀକ୍ଷା କେନ୍ଦ୍ର କରାଯାଇଛି । ସମସ୍ତ ପରୀକ୍ଷା କେନ୍ଦ୍ରରେ ପ୍ରଶ୍ନପତ୍ର ଓ ଉତ୍ତରଖାତା ପହଞ୍ଚି ସାରିଛି । ପରୀକ୍ଷା କେନ୍ଦ୍ରରେ ପରୀକ୍ଷାର୍ଥୀଙ୍କ ଥର୍ମାଲ ସ୍କ୍ରିନିଂ ପରେ ଭିତରକୁ ପ୍ରବେଶ ଅନୁମତି ଦିଆଯିବ । ପରୀକ୍ଷାରେ ନିୟୋଜିତ ହେବାକୁ ଥିବା ସମସ୍ତ ଶିକ୍ଷକଙ୍କ ଆଣ୍ଟିଜେନ୍ ପରୀକ୍ଷା କରାଯାଇଛି । ପରୀକ୍ଷା ପାଇଁ ସ୍ୱତନ୍ତ୍ର କୋଭିଡ୍ ସ୍କ୍ଵାଡ୍ ଗଠନ କରାଯାଇଛି । ପ୍ରତିଟି ପରୀକ୍ଷା କେନ୍ଦ୍ରରେ ଅବଜରଭର ନିୟୋଜିତ କରାଯାଇଛି ବୋଲି ବୋର୍ଡ ସଭାପତି ରାମାଶିଷ ହାଜରା ସୂଚନା ଦେଇଛନ୍ତି ।
ମାଟ୍ରିକ ପରୀକ୍ଷା ମାର୍କିଂରେ ଅସନ୍ତୁଷ୍ଟ ଥିବା ଛାତ୍ରଛାତ୍ରୀଙ୍କ ପାଇଁ ଅଫଲାଇନରେ ପରୀକ୍ଷା ହେବ । ଏଥିପାଇଁ ଗତ ୫ ତାରିଖରୁ ଫର୍ମ ଫିଲପ୍ ପ୍ରକ୍ରିୟା ଆରମ୍ଭ ହୋଇଥିଲା । ଜୁଲାଇ ୧୪ ତାରିଖ ପର୍ଯ୍ୟନ୍ତ ଫର୍ମ ଫିଲପ୍ ଚାଲିଥିଲା । ଜୁଲାଇ ୩୦ରୁ ଅଗଷ୍ଟ ୫ ଯାଏ ଏହି ପରୀକ୍ଷା ହେବ । ତେବେ ପରୀକ୍ଷା ପାଇଁ କୋଭିଡ୍ ଗାଇଡ୍ଲାଇନ୍ ପାଳନ କରାଯାଉଛି । ୩୦% ସିଲାବସ୍ ହ୍ରାସ ହୋଇଥିବାରୁ ୭୦% ମଧ୍ୟରେ ପରୀକ୍ଷା ହେବ । ପରୀକ୍ଷାର ୧୫ ଦିନ ମଧ୍ୟରେ ରେଜଲ୍ଟ ପ୍ରକାଶ ପାଇଁ ଚେଷ୍ଟା କରାଯିବ ବୋଲି ପୂର୍ବରୁ ମନ୍ତ୍ରୀ କହିଥିଲେ ।
ସୂଚନାଯୋଗ୍ୟ ଚଳିତବର୍ଷ ମହାମାରୀ କରୋନା ପାଇଁ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ହୋଇନଥିଲା। ସେଥିପାଇଁ ବିନା ପରୀକ୍ଷା ଗତ ୨୫ ତାରିଖରେ ମାଟ୍ରିକ ପରୀକ୍ଷା ଫଳାଫଳ ପ୍ରକାଶ ପାଇଥିଲା । ତେବେ ମାଟ୍ରିକ୍ ପରୀକ୍ଷା ଫଳକୁ ନେଇ ବହୁ ଅଭିଭାବକ ଓ ଛାତଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା । ପରୀକ୍ଷା ଫଳକୁ ନେଇ ଅସନ୍ତୁଷ୍ଟ ଥିବା ଛାତ୍ରଛାତ୍ରୀଙ୍କ ପାଇଁ ଅଫଲାଇନରେ ପରୀକ୍ଷା ଦେବା ପାଇଁ ବୋର୍ଡ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିଲା । ମାଟ୍ରିକରେ ନିଜ ଦକ୍ଷତା ଅନୁସାରେ ରେଜଲ୍ଟ ମିଳିନଥିବା ଅଭିଯୋଗ କରି ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଏନେଇ ପ୍ରତିବାଦ ଜଣାଇ ଥିଲେ ଉଭୟ ଛାତ୍ରଛାତ୍ରୀ ଓ ଅଭିଭାବକ। ଆଶାନୁରୂପକ ମାର୍କ ମିଳିନଥିବାରୁ ଏହାର ତୀବ୍ର ବିରୋଧ ଦେଖିବାକୁ ମିଳିଥିଲା।
Also Read
ଚଳିତ ଥର ବିନା ପରୀକ୍ଷାରେ ମାଟ୍ରିକ ପରୀକ୍ଷାରେ ୯୭.୮୯% ଛାତ୍ରଛାତ୍ରୀ ପାସ୍ କରିଛନ୍ତି । ମୋଟ୍ ୫ ଲକ୍ଷ ୭୪ ହଜାର ୧୨୫ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୫ଲକ୍ଷ ୬୨ ହଜାର ୧୦ ଜଣ ଛାତ୍ରଛାତ୍ରୀ ପାସ୍ କରିଥିଲେ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)



/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)