Advertisment

ଆଜି ବାହାରିବ ମାଟ୍ରିକ ରେଜଲ୍ଟ, ଜାଣନ୍ତୁ କେମିତି ଚେକ୍‌ କରିବେ...

ଆଜି ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ସକାଳ ୧୦ଟାରେ କଟକ ବୋର୍ଡ କାର୍ଯ୍ୟାଳୟରେ ଆନୁଷ୍ଠାନିକ ଭାବେ ଫଳାଫଳ ଘୋଷଣା କରାଯିବ।

ଅଦ୍ୟତନ ହୋଇଛି
BSE Odisha 10th Result 2023

Odisha Matric Results To Be Announced Today

Advertisment

ଆଜି ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ସକାଳ ୧୦ଟାରେ କଟକ ବୋର୍ଡ କାର୍ଯ୍ୟାଳୟରେ ଆନୁଷ୍ଠାନିକ ଭାବେ ଫଳାଫଳ ଘୋଷଣା କରାଯିବ। ଅପରାହ୍ଣ ୧୨ଟା ସୁଦ୍ଧା ବୋର୍ଡ ୱେବ୍ ସାଇଟରେ ରେଜଲ୍ଟ ଉପଲବ୍ଧ ହେବ। www. bseodisha.ac.in ୱେବ୍‌ସାଇଟ୍‌ରେ ଛାତ୍ରଛାତ୍ରୀ ରେଜଲ୍ଟ ଚେକ୍‌ କରିପାରିବେ। SMS ମାଧ୍ୟମରେ ମଧ୍ୟ ପରୀକ୍ଷାର୍ଥୀମାନେ ଫଳାଫଳ ଜାଣିପାରିବେ।

Advertisment

OR10 ଲେଖି ସ୍ପେଶ୍‌ ଦେବା ପରେ ନିଜ ରୋଲ୍ ନମ୍ବରକୁ ଟାଇପ୍‌ କରି 5676750 ନମ୍ବରକୁ ପଠାଇ ଜାଣିପାରିବେ। ପରୀକ୍ଷା ଫଳକୁ ନେଇ ଯଦି କୌଣସି ପରୀକ୍ଷାର୍ଥୀଙ୍କର କିଛି ଆପତ୍ତି ଅଭିଯୋଗ ଥାଏ ତେବେ ଗୋଟିଏ ମାସ ମଧ୍ୟରେ ସେମାନେ ବୋର୍ଡ କର୍ତ୍ତୃପକ୍ଷଙ୍କୁ ଜଣାଇପାରିବେ। ସେଥିପାଇଁ ବୋର୍ଡ ପକ୍ଷରୁ ଏକ କଣ୍ଟ୍ରୋଲ ରୁମ୍ ନମ୍ବର ଜାରି କରାଯାଇଛି। ନମ୍ବରଟି ହେଲା ୦୬୭୧-୨୪୧୫୪୬୦। 

ସୂଚନାଥାଉ କି, ଚଳିତ ବର୍ଷ ୫ ଲକ୍ଷ ୪୧ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ମାର୍ଚ୍ଚ ୧୦ରୁ ପରୀକ୍ଷା ଆରମ୍ଭ ହୋଇ ୨୦ ତାରିଖରେ ଶେଷ ହୋଇଥିଲା । ୫୫ଟି ମୂଲ୍ୟାୟନ କେନ୍ଦ୍ରରେ ୧୩ ହଜାର ଶିକ୍ଷକ, ଶିକ୍ଷୟିତ୍ରୀ ପରୀକ୍ଷା ଖାତା ଦେଖାରେ ନିୟୋଜିତ ହୋଇଥିଲେ। ମାଟ୍ରିକ ରେଜଲ୍ଟ ସହ ଆଜି ଷ୍ଟେଟ୍ ଓପନ ସ୍କୁଲ ଓ ମଧ୍ୟମା ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ। 

Advertisment
Matric Results BSE Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ