• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Manoranjan Behera

ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ରେଜଲ୍ଟ । କାଲି ଅପରାହ୍ନ ୪ଟାରେ ପ୍ରକାଶ ପାଇବ ରେଜଲ୍ଟ । କଳା ସହ ଧନ୍ଦାମୂଳକ ଶିକ୍ଷାର ଫଳ ମଧ୍ୟ ପ୍ରକାଶ ପାଇବ ।  ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧ୍ୟକ୍ଷ ଅଶ୍ୱିନୀ ମିଶ୍ର ଏନେଇ ସୂଚନା ଦେଇଛନ୍ତି । ମେ’ ୩୧ ରେ ଯୁକ୍ତ ଦୁଇ ବି‌ଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ପ୍ରକାଶ ପାଇଥିଲା । 

ଏଥର ଯୁକ୍ତ ୨ ବିଜ୍ଞାନରେ ପାସ୍ ହାର ୮୪.୯୩% ରହିଥିଲା । ବିଜ୍ଞାନରେ ପରୀକ୍ଷା ଦେଇଥିଲେ ୯୩,୭୩୪ ଛାତ୍ରଛାତ୍ରୀ। ସେମାନଙ୍କ ମଧ୍ୟରୁ ୭୮,୯୩୮ ଜଣ ଛାତ୍ରଛାତ୍ରୀ ପାସ୍‌ ହୋଇଛନ୍ତି। ପ୍ରଥମ ଶ୍ରେଣୀରେ ୩୯,୫୭୩ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଥିବା ବେଳେ ଦ୍ୱିତୀୟ ଶ୍ରେଣୀରେ ୨୪,୨୫୭ ଓ ତୃତୀୟ ଶ୍ରେଣୀରେ ୧୪,୮୫୨ ଜଣ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି। ବିଜ୍ଞାନରେ ୨୯୧ ଟି HSCରେ ଶତ ପ୍ରତିଶତ ରେଜଲ୍ଟ। ୨ଟି ସ୍କୁଲରେ କେହି ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇନାହାନ୍ତି ।

ସେହିପରି ଯୁକ୍ତ ୨ ବାଣିଜ୍ୟରେ ପାସ୍ ହାର ୮୧.୧୨% ରହିଥିଲା । ବାଣିଜ୍ୟରେ ମୋଟ୍ ପରୀକ୍ଷାର୍ଥୀ ୨୪,୦୮୨ ପରୀକ୍ଷା ଦେଇଥିଲେ । ସେମାନଙ୍କ ମଧ୍ୟରୁ ୧୯,୫୩୬ ଜଣ ଛାତ୍ରଛାତ୍ରୀ ପାସ୍ କରିଛନ୍ତି। ବାଣିଜ୍ୟରେ ୯୩.୯% ରେଜଲ୍ଟ ସହ ନୟାଗଡ଼ ଜିଲ୍ଲା ଆଗରେ ରହିଛି। ବାଣିଜ୍ୟରେ ୫୫.୫୫% ରେଜଲ୍ଟ ସହ ସର୍ବନିମ୍ନରେ ବୌଦ୍ଧ। ବାଣିଜ୍ୟରେ ୯୪ଟି HSCରେ ଶତପ୍ରତିଶତ ରେଜଲ୍ଟ ।