• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Tanmay Kumar Mahalik

ଆଉ ୨ ଦିନ ପରେ ଆରମ୍ଭ ହେବ ଯୁକ୍ତ ୨ ବାର୍ଷିକ ପରୀକ୍ଷା । ଏଥର ଯୁକ୍ତ ଦୁଇ ପରୀକ୍ଷାକୁ ତ୍ରୁଟିଶୂନ୍ୟ କରିବାକୁ ଅଣ୍ଟାଭିଡ଼ିଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ । ନିରପେକ୍ଷ ପରୀକ୍ଷା ପରିଚାଳନା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଶେଷ ହୋଇଛି । କପି ରୋକିବା ପାଇ ତ୍ରିସ୍ତରୀୟ ସ୍କ୍ୱାର୍ଡ ବ୍ୟବସ୍ଥା ସହ ସବୁ ପରୀକ୍ଷା କେନ୍ଦ୍ରରେ ସିସିଟିଭିର ବ୍ୟବସ୍ଥା କରାଯାଇଛି ।

ଗତ ଡିସେମ୍ବର ୧୫ ତାରିଖରେ ଫେବ୍ରୁଆରୀ ୧୬ରୁ ଯୁକ୍ତ ୨ ପରୀକ୍ଷା ଆରମ୍ଭ କରାଯିବା ନେଇ ଘୋଷଣା କରାଯାଇଥିଲା । ଫେବ୍ରୁଆରୀ ୧୬ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୦ ଯାଏଁ ଚାଲିବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା କାର୍ଯ୍ୟସୂଚୀ ପ୍ରକାଶ ପାଇଥିଲା ।

ସେପଟେ ଫେବ୍ରୁଆରୀ ୨୦ରୁ ମଧ୍ୟ ଆରମ୍ଭ ହେବାକୁ ଯାଉଛି ମାଟ୍ରିକ୍‌ ପରୀକ୍ଷା । ମାଟ୍ରିକ ପରୀକ୍ଷା ଆରମ୍ଭ ହେବା ନେଇ ବୋର୍ଡ ପକ୍ଷରୁ ପୂର୍ବରୁ ସୂଚନା ଦିଆଯାଇଛି । ଫେବ୍ରୁଆରୀ ୨୦ରୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ପରୀକ୍ଷା ହେବ । ପ୍ରଥମ ଦିନରେ ଅର୍ଥାତ୍‌ ୨୦ ତାରିଖରେ ମାତୃଭାଷା ଓଡ଼ିଆ ପରୀକ୍ଷା ଦେବେ ପରୀକ୍ଷାର୍ଥୀ ।

ପରେ ଫେବ୍ରୁଆରୀ ୨୩ ତାରିଖରେ ଇଂରାଜୀ ପରୀକ୍ଷା ହେବ । ସେହିପରି ୨୬ରେ ଗଣିତ, ୨୮ରେ ହିନ୍ଦୀ/ସଂସ୍କୃତ, ମାର୍ଚ୍ଚ ୨ରେ ବିଜ୍ଞାନ, ୪ରେ ସାମାଜିକ ବିଜ୍ଞାନ ପରୀକ୍ଷା କରାଯିବା ନେଇ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି । ସେହିପରି ୨ହଜାର ୯୯୧ କେନ୍ଦ୍ରରେ ପରୀକ୍ଷା ଦେବେ ୫ ଲକ୍ଷ ୫୧ ହଜାର ୬୧୧ ପରୀକ୍ଷାର୍ଥୀ । ମାର୍ଚ୍ଚ ୧୫ରୁ ମାଟ୍ରିକ ଖାତା ଦେଖା ହେବ ବୋଲି ବୋର୍ଡ ସଭାପତି ସୂଚନା ଦେଇଛନ୍ତି ।

  • Reported by:
  • KAPILENDRA PRADHAN