• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ବିଭାଗର ପରୀକ୍ଷା ଫଳ। ଦିନ ୧୧ଟାରେ ଭୁବନେଶ୍ୱର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଆନୁଷ୍ଠାନିକ ଭାବେ ରେଜଲ୍ଟ ଘୋଷଣା ହେବ। ତେବେ ଆଜି କେବଳ ବିଜ୍ଞାନ ଓ ବାଣିଜ୍ୟ ଫଳ ପ୍ରକାଶ ପାଇବ। ରେଜଲ୍ଟ ଘୋଷଣା ପରେ ଛାତ୍ରଛାତ୍ରୀମାନେ www. orissaresults.nic.in ୱେବ୍‌ସାଇଟ୍ ଓ ସାମ୍ସ ପୋର୍ଟାଲ୍‌ରୁ ନିଜ ନିଜର ରେଜଲ୍ଟ ଜାଣିପାରିବେ।

ସୂଚନାଥାଉ କି, ମାର୍ଚ୍ଚ ୧ରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହୋଇ ଏପ୍ରିଲ ୫ରେ ଶେଷ ହୋଇଥିଲା। ମୋଟ୍‌ ୧୧୪୫ ପରୀକ୍ଷା କେନ୍ଦ୍ରରେ ସାଢେ଼ ୩ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ଏଥରୁ କଳାରେ ୨ ଲକ୍ଷ ୧୯ ହଜାର ୧୧୦, ବିଜ୍ଞାନରେ ୯୧,୩୭୯, ବାଣିଜ୍ୟରେ ୨୩,୧୪୮ଜଣ ଓ ଧନ୍ଦାମୂଳକ ଶିକ୍ଷାରେ ୫ ହଜାର ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି।

ଗତବର୍ଷ ଯୁକ୍ତ ଦୁଇ ବିଜ୍ଞାନରେ ପାସ୍ ହାର ୯୪.୧୨% ଓ ବାଣିଜ୍ୟରେ ୮୯.୨% ରହିଥିଲା। ଅନ୍ୟପକ୍ଷେ କଳା ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ଫଳ ପ୍ରକାଶନରେ ବିଳମ୍ବକୁ ନେଇ ପରୀକ୍ଷାର୍ଥୀଙ୍କ ଭିତରେ ପ୍ରବଳ ଅସନ୍ତୋଷ ଦେଖାଦେଇଛି। CBSE ଓ CISCE ବୋର୍ଡ ରେଜଲ୍ଟ ୧୫ ଦିନ ପୂର୍ବରୁ ପ୍ରକାଶ ପାଇ ସାରିଲାଣି। ଯେଉଁଥିପାଇଁ ଅଭିଭାବକ ଓ ଛାତ୍ରଛାତ୍ରୀ ଚିନ୍ତାରେ ଅଛନ୍ତି।

ନିୟମ ଅନୁସାରେ, ପରୀକ୍ଷା ଶେଷ ହେବାର ୪୫ ଦିନ ମଧ୍ୟରେ ପରୀକ୍ଷା ଫଳ ପ୍ରକାଶ ପାଇବା କଥା। ମାତ୍ର ପରିଷଦ ରେଜଲ୍ଟ ପ୍ରକାଶନ ପାଇଁ ୨ ମାସ ସମୟ ନେବା ତ୍ରୁଟି ଶୂନ୍ୟ ମୂଲ୍ୟାୟନ ଉପରେ ପ୍ରଶ୍ନବାଚୀ ଲଗାଇଛି।

  • Reported by:
  • JAGDISH DAS