Advertisment

ଆଜିଠୁ ସମୂହ ଛୁଟିରେ ଯିବେ ପ୍ରାଥମିକ ଶିକ୍ଷକ

ତୀବ୍ର ହେଉଛି ଶିକ୍ଷକ ଆନ୍ଦୋଳନ। ଆଜିଠାରୁ ପ୍ରାଥମିକ ଶିକ୍ଷକମାନେ ସମୂହ ଛୁଟିରେ ଯିବେ ବୋଲି ଚରମ ନିଷ୍ପତ୍ତି ନେଇଛନ୍ତି।

ଅଦ୍ୟତନ ହୋଇଛି
Teachers Protest

Teachers Protest

Advertisment

ତୀବ୍ର ହେଉଛି ଶିକ୍ଷକ ଆନ୍ଦୋଳନ। ଆଜିଠାରୁ ପ୍ରାଥମିକ ଶିକ୍ଷକମାନେ ସମୂହ ଛୁଟିରେ ଯିବେ ବୋଲି ଚରମ ନିଷ୍ପତ୍ତି ନେଇଛନ୍ତି। ଫଳରେ ପାଠପଢ଼ା ଏକପ୍ରକାର ଠପ୍‌ ହୋଇଯିବ ବୋଲି ଆଶଙ୍କା କରାଯାଉଛି।

Advertisment

୩ ଦଫା ଦାବି ପୂରଣ ପାଇଁ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ ଆନ୍ଦୋଳନ ଜାରି ରଖିଛି। ଠିକା ଅବଧିକୁ ୬ ବର୍ଷ ଏବଂ ଶିକ୍ଷାକର୍ମୀ ୪ ବର୍ଷ ସମୟକୁ ଚାକିରିରେ ଗଣନା କରି ନ୍ୟାସନାଲ ଓ ଇକ୍ରିମେଣ୍ଟ ପ୍ରଦାନ କରିବା, ଏକ୍ସକ୍ୟାଡ଼ର ଶିକ୍ଷକଙ୍କୁ ଏଲିମେଣ୍ଟାରୀ କ୍ୟାଡ଼ର ଭୁକ୍ତ କରିବା, କଳା ଓ କ୍ରୀଡ଼ା ଶିକ୍ଷକଙ୍କୁ ନିୟମିତ କରିବା ଦାବି ହୋଇଛି।

ଏହାସହ ଯୁକ୍ତ ଦୁଇ ଯୋଗ୍ୟତା ଆଧାରରେ ପ୍ରାଥମିକ ଶିକ୍ଷକଙ୍କୁ କେନ୍ଦ୍ରୀୟ ହାରରେ ବେତନ ପ୍ରଦାନ ସହ ପୁରୁଣା ପେନ୍‌ସନ୍‌ ପୁନଃ ପ୍ରଚଳନ ନିମନ୍ତେ ଆନ୍ଦୋଳନ ଚଳାଇଛନ୍ତି ପ୍ରାଥମିକ ଶିକ୍ଷକ।

Advertisment
Teachers Protest
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ